ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ

ହିନ୍ଦୋଳ,୩।୬: ବିବାହିତା ଥିଲେ। ହସଖୁସିର ପରିବାର ଥିଲା। ତଥାପି ଆଉ ଜଣଙ୍କୁ ମନ ଦେଇଥିଲେ ମହିଳା। ସ୍ବାମୀଙ୍କୁ ଛାଡ଼ି ୧୫ ଦିନ ତଳେ ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ। ଗୁରୁବାର ସମ୍ପୃକ୍ତ ପ୍ରେମୀଯୁଗଳଙ୍କୁ ପୋଲିସ ଉଦ୍ଧାର କରିବା ପରେ ଥାନା ପରିସରରେ ବିବାହ ସମ୍ପନ୍ନ ହୋଇଛି। ଉଭୟଙ୍କ ପରିବାର ସଦସ୍ୟ ଏବଂ ଭଦ୍ରବ୍ୟକ୍ତିଙ୍କ ଉପସ୍ଥିତିରେ ଏହି କାର୍ଯ୍ୟ ହୋଇଥିବା ବେଳେ ମହିଳା ଜଣକ ପ୍ରେମିକଙ୍କ ସହ ରହିବାକୁ ସହମତି ଜଣାଇ ଲିଖିତ ଆକାରରେ ଦେଇଛନ୍ତି। ଏଭଳି ଏକ ଘଟଣା ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ପୋଲିସ ସୂଚନା ଅନୁଯାୟୀ, ବରଡ଼ାପାଳ ଅଞ୍ଚଳର ଜଣେ ଯୁବକ ୨୦୨୦ ଜାନୁୟାରୀରେ ହିନ୍ଦୋଳ ଏନ୍‌ଏସି ଅନ୍ତର୍ଗତ ଗୁଣ୍ଡିଚାମଣ୍ଡପ ଗ୍ରାମରେ ସମ୍ପୃକ୍ତା ମହିଳାଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ଯୁବକ ଜଣକ ଭୁବନେଶ୍ୱରରେ ରହି କାର୍ଯ୍ୟ କରୁଛନ୍ତି। ଏ ଭିତରେ ହିନ୍ଦୋଳ ଏନ୍‌ଏସି ରାଧାନାଥପୁର ଗ୍ରାମର ଅନ୍ୟ ଜଣେ ଯୁବକଙ୍କ ସହ ମହିଳାଙ୍କ ସମ୍ପର୍କ ଗଢ଼ି ଉଠିଥିଲା। ଗତ ମେ ୧୮ରେ ଉଭୟେ ଫେରାର ହୋଇଯାଇଥିଲେ। ଏ ନେଇ ମହିଳାଙ୍କ ସ୍ବାମୀ ହିନ୍ଦୋଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.