ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍ଏଲ୍ଏ ଲ୍ୟାଡ୍ ଫଣ୍ଡ)କୁ କୋଭିଡ୍ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍ଲାଇନରେ ଆବଶ୍ୟକ ସଂଶୋଧନ କରିବାକୁ ଭାଜପା ବିଧାୟକମାନେ ଦାବି କରିଛନ୍ତି। କେବଳ ମାସ୍କ ପାଇଁ ନୁହେଁ ବରଂ ରାଜ୍ୟର ସମସ୍ତ ଉପଖଣ୍ଡସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ଏବଂ ଉପ ସ୍ବାସ୍ଥ୍ୟକେନ୍ଦ୍ରରେ କୋଭିଡ୍ ରୋଗୀଙ୍କ ପାଇଁ ସଙ୍ଗରୋଧ କକ୍ଷ (ଆଇସୋଲେଶନ ରୁମ୍), ଶିଶୁମାନଙ୍କ ପାଇଁ ସ୍ବତନ୍ତ୍ର କୋଭିଡ୍ କେୟାର ରୁମ୍, ଅକ୍ସିଜେନ ଓ ଭେଣ୍ଟିଲେଟର ସଂଯୁକ୍ତ ଶଯ୍ୟା, ଅକ୍ସିଜେନ ଓ ଭେଣ୍ଟିଲେଟର ସଂଯୁକ୍ତ ଅତ୍ୟାଧୁନିକ ଆମ୍ବୁଲାନ୍ସ, କୋଭିଡ୍ ପରୀକ୍ଷା ଓ ଚିକିତ୍ସା ପାଇଁ ଆବଶ୍ୟକ ମେଡିକାଲ ଯନ୍ତ୍ରପାତି ଓ କିଟ୍, ଉପଖଣ୍ଡସ୍ତରୀୟ ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅକ୍ସିଜେନ୍ ପ୍ଲାଣ୍ଟର ନିର୍ମାଣ କରିବା ଦାବିରେ ଏମ୍ଏଲଏ ଲ୍ୟାଡ୍ ଫଣ୍ଡ ସଂଶୋଧନ କରିବାକୁ ଭାଜପା ବିଧାୟକମାନେ ମୁଖ୍ୟମନ୍ତ୍ରୀ ଏବଂ ବାଚସ୍ପତିଙ୍କୁ ଚିଠି ଲେଖି ଦାବି ଜଣାଇଛନ୍ତି। କୋଭିଡ୍ ମହାମାରୀ କବଳରୁ ଓଡ଼ିଶାବାସୀଙ୍କୁ ସୁରକ୍ଷା ଦେବା ନିମନ୍ତେ ରାଜ୍ୟ ସରକାରଙ୍କ ସହ ମିଳିତ ଉଦ୍ୟମ କରିବା ପାଇଁ ଭାଜପା ପ୍ରତିଶ୍ରୁତିବଦ୍ଧ। କୋଭିଡ୍ ମୁକାବିଲା ପାଇଁ ଓଡ଼ିଶାବାସୀଙ୍କୁ ମାସ୍କ ବଣ୍ଟନ ଲାଗି ପ୍ରତି ନିର୍ବାଚନମଣ୍ଡଳୀରେ ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ ନୀତିଗତ ନିଷ୍ପତ୍ତି ନିଆଯାଇଛି।
କୋଭିଡ୍ ସଂକ୍ରମଣର ୨ୟ ଲହର ପରେ ୩ୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି। ରାଜ୍ୟର ସମସ୍ତ ଉପଖଣ୍ଡସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ଏବଂ ଉପ ସ୍ବାସ୍ଥ୍ୟକେନ୍ଦ୍ରର ଭିତ୍ତିଭୂମିକୁ ବର୍ତ୍ତମାନ ସୁଦ୍ଧା ସୁଦୃଢ଼ କରାଯାଇ ପାରିନାହିଁ। ଦ୍ୱିତୀୟ ଲହରରେ ଗ୍ରାମାଞ୍ଚଳବାସୀ କୋଭିଡ୍ ସଂକ୍ରମଣର ବେଶି ଶିକାର ହୋଇଛନ୍ତି। କୋଭିଡ୍ ସଂକ୍ରମଣର ୧ମ ଓ ୨ୟ ଲହରରେ ରାଜ୍ୟ ସରକାର ପଯର୍ୟାପ୍ତ ପରିମାଣର ମାସ୍କ କିଣିଛନ୍ତି। ଏଥିସହ ବିଭିନ୍ନ ବେସରକାରୀ ସଂସ୍ଥା ଓ ସଂଗଠନ, ଶିଳ୍ପାନୁଷ୍ଠାନ, ପିଏସ୍ୟୁ ସଂସ୍ଥା, ସ୍ବେଚ୍ଛାସେବୀ ସଂଗଠନମାନେ ନିଜସ୍ବ ପାଣ୍ଠିିରୁ ପଯର୍ୟାପ୍ତ ପରିମାଣର ମାସ୍କ ବଣ୍ଟନ କରିଛନ୍ତି। କୋଭିଡ୍ ମହାମାରୀ ସମୟରେ ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ନିରନ୍ତର ଭାବେ ଯୋଗାଇ ଦେବା ନିମନ୍ତେ ବିଧାୟକ ପାଣ୍ଠି (ଏମ୍ଏଲ୍ଏ ଲ୍ୟାଡ୍) ଗାଇଡ୍ଲାଇନରେ ଆବଶ୍ୟକ ସଂଶୋଧନ କରିବା ଦରକାର ବୋଲି ବିଧାୟକମାନେ ଦାବି କରିଛନ୍ତି। ପୂର୍ବରୁ ଏହି ପାଣ୍ଠି ଅର୍ଥରୁ କେବଳ ମାସ୍କ, ଗ୍ଲୋବ୍ସ, ପିପିଇ କିଟ୍ କ୍ରୟ କରିବାର ବ୍ୟବସ୍ଥା ଥିବାବେଳେ ବର୍ତ୍ତମାନର ସ୍ବାସ୍ଥ୍ୟସେବା ସ୍ଥିତିକୁ ସମୀକ୍ଷା କଲେ ଏହି ସଂଶୋଧନ ନିହାତି ଆବଶ୍ୟକ ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି କହିଛନ୍ତି।
ଏହି ଅଭିଯାନରେ ମୁକେଶ ମହାଲିଙ୍ଗ, ନାଉରୀ ନାଏକ, ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ସୁବାସ ପାଣିଗ୍ରାହୀ, କୁସୁମ ଟେଟେ, ଶଙ୍କର ଓରାମ, ଭବାନୀ ଭୋଇ, ବୁଧନ ମୁର୍ମୁ, ନବ ଚରଣ ମାଝି, ନିତ୍ୟାନନ୍ଦ ଗଣ୍ଡ ପ୍ରମୁଖ ସାମିଲ ଥିଲେ।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଅବସର ନେଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ନିରଞ୍ଜନ ସେଠୀଙ୍କୁ ନିର୍ଦ୍ଦେଶକ ଦାୟିତ୍ୱ
ଭୁବନେଶ୍ୱର, ୩୧।୫(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ସେ ୧ବର୍ଷ ୧୦ମାସ ଧରି...
୨୫୮ ବିଦ୍ୟାଳୟରେ ‘ଷ୍ଟେମ୍’ ଶିକ୍ଷାର ଶୁଭାରମ୍ଭ
ଭୁବନେଶ୍ୱର, ୯।୬(ବ୍ୟୁରୋ):ରାଜ୍ୟରେ ୩୦ ଜିଲାର ୨୫୮ଟି ବିଦ୍ୟାଳୟରେ ଆଇବିଏମ୍ ପକ୍ଷରୁ ‘ଷ୍ଟେମ୍’ (ବିଜ୍ଞାନ, ପ୍ରଯୁକ୍ତି, ଇଞ୍ଜିନିୟରିଂ ଓ ଗଣିତ) ଶିକ୍ଷା ଆରମ୍ଭ କରାଯାଇଛି। ମଙ୍ଗଳବାର ବିଦ୍ୟାଳୟ...
ଆଜି ମାଟ୍ରିକ ପରୀକ୍ଷାଫଳ
କଟକ ଅଫିସ,୨୫।୬: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ପ୍ରେସ୍ ବିବୃତି ମାଧ୍ୟମରେ ସୂଚନା...
ରାଜଧାନୀରୁ ୬୦ ଲକ୍ଷର ବ୍ରାଉନସୁଗାର ଜବତ
ଭୁବନେଶ୍ୱର,୧୯।୬(ବ୍ୟୁରୋ): କରୋନା କଟକଣା ଭିତରେ ରାଜ୍ୟରେ ବେଧଡ଼କ ଚାଲିଛି ନିଶା କାରବାର। ବିଶେଷକରି ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟ ବାଲେଶ୍ୱରରୁ ଭୁବନେଶ୍ୱର ଲମ୍ବିଛି। କିଛି ଦିନର...
୨୨ ଜିଲାରେ ହେବ ୧୮ରୁ ୪୪ବର୍ଗଙ୍କ ଟିକାକରଣ
ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଏବେ ତୃତୀୟ ପର୍ଯ୍ୟାୟ ଟିକାକରଣ ଜାରି ରହିଛି। ଏଥିରେ ୧୮ରୁ ୪୪ ବର୍ଷ ବର୍ଗର ଲୋକଙ୍କୁ ଟିକା ଦିଆଯାଉଛି। ତେବେ ଏହା କେବଳ...
ତାରାପ୍ରସାଦ ବାହିନୀପତି ଅସୁସ୍ଥ
ଭୁବନେଶ୍ୱର,୬ା୬(ବ୍ୟୁରୋ): ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ...
ଖୋଲିଲା ୯ ବର୍ଷର ହତ୍ୟା ମାମଲା ଫାଇଲ
ଭୁବନେଶ୍ୱର,୧୬।୬(ବ୍ୟୁରୋ)”ବହୁ ବିଳମ୍ବ ହୋଇଥିଲେ ମଧ୍ୟ ଏବେ କମିଶନରେଟ ପୋଲିସର ଚେତା ପଶୁଛି। ରାଜଧାନୀରେ ରହସ୍ୟ ହୋଇ ରହିଥିବା ବହୁ ସମ୍ବେଦନଶୀଳ ମାମଲାର ଖୋଳତାଡ଼ ଆରମ୍ଭ ହୋଇଛି।...
ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା ପୁଣି କମିଲା…
ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...


