ନୂଆଦିଲ୍ଲୀ,୫।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ଦେଶରେ ଦିଆଯାଉଥିବା କୋଭାକ୍ସିନ୍ ଏବଂ କୋଭିଶିଲ୍ଡ ଟିକାର ପ୍ରଥମ ଡୋଜ୍ ଏବଂ ଦ୍ୱିତୀୟ ଡୋଜ୍ ମଧ୍ୟରେ କେତେ ଦିନର ସମୟ ଅନ୍ତର ରହିଲେ ଭାରତରେ ଦେଖାଦେଇଥିବା ଡେଲ୍ଟା ଭାରିଆଣ୍ଟ୍ ପାଇଁ ପ୍ରଭାବଶାଳୀ ସାବସ୍ତ୍ୟ ହେବ ସେ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଲାନସେଟ୍ ପକ୍ଷରୁ ହୋଇଥିବା ସର୍ଭେରେ ଉଲ୍ଲେଖ କରାଯାଇଛି ଯେ, ଦୁଇେ ଡାଜ୍ ମଧ୍ୟରେ ସମସ ସୀମା କମ୍ ରହିଲେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇବ। ଏହା ଦ୍ୱାରା ଡେଲ୍ଟା ଭାରିଆଣ୍ଟ୍ ବିରୋଧରେ ଲଢ଼େଇ ସହଜ ହୋଇ ପାରିବ। ତେଣୁ ଟିକାର ଦ୍ୱିତୀୟ ଡୋଜ୍ ଶୀଘ୍ର ନେବାକୁ ଲାନସେଟ୍ ପକ୍ଷରୁ ପରାମର୍ଶ ଦିଆଯାଇଛି। ସମ୍ପ୍ରତି ଭାରତରେ କୋଭିଶିଲ୍ଡ ଟିକାର ଦୁଇ ଡୋଜ୍ ମଧ୍ୟରେ ଅନ୍ତରକୁ ୧୨ରୁ ୧୬ ସପ୍ତାହ ପର୍ଯ୍ୟନ୍ତ ରଖାଯାଇଛି। ଅପରପକ୍ଷରେ କୋଭାକ୍ସିନ୍ ଟିକାର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧ୍ୟାନ ୨୮ରୁ ୪୨ ଦିନ ରଖାଯାଇଛି। ଡୋଜ୍ ମଧ୍ୟରେ ସମୟ ଅନ୍ତର କମ୍ ରହିଲେ ଭାରତୀୟ ଡେଲ୍ଟା ଭାରିଆଣ୍ଟ୍ ବିରୋଧରେ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇପାରିବ ବୋଲି ରିପୋର୍ଟରେ ଦର୍ଶାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.