୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ ପ୍ରବଳ ବର୍ଷା କରାଇବ। ଏହାର ପ୍ରଭାବରେ ୧୦ ତାରିଖ ରାତିରୁ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଏବଂ ୧୨ରୁ ୧୪ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୋନପୁର, ବୌଦ୍ଧ, ଝାରସୁଗୁଡ଼ା, ସମ୍ବଲପୁର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ୨ ଦିନ ବିଳମ୍ବରେ ଗୁରୁବାର କେରଳ ଛୁଇଁଛି। ଏହାର ପ୍ରଭାବରେ କେରଳର ଦକ୍ଷିଣ ଭାଗରେ ବର୍ଷା ଆରମ୍ଭ ହୋଇଛି। ସମ୍ଭାବ୍ୟ ଲଘୁଚାପ ଦକ୍ଷିଣ ପଶ୍ଚିମ ମୌସୁମୀକୁ ଅଧିକ ସକ୍ରିୟ କରାଇବ। ଆସନ୍ତା ୧୦ରୁ ୧୨ ତାରିଖ ମଧ୍ୟରେ ମୌସୁମୀ ଓଡ଼ିଶାକୁ ଛୁଇଁବା ସହ ସମଗ୍ର ରାଜ୍ୟକୁ ଆଚ୍ଛାଦିତ କରିବ। ଚଳିତ ବର୍ଷ ମୌସୁମୀ ବର୍ଷା ସ୍ବାଭାବିକ ହେବ ଏବଂ ସ୍ବାଭାବିକଠାରୁ ୨୧% ଅଧିକ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ପ୍ରତିବର୍ଷ ଜୁନ୍‌ ୧୦ରୁ ୧୨ ତାରିଖ ଭିତରେ ଓଡ଼ିଶାରେ ମୌସୁମୀ ପହଞ୍ଚତ୍ଥାଏ। ଚଳିତ ଥର ମଧ୍ୟ ସମାନ ତାରିଖରେ ପହଞ୍ଚତ୍ବା ଆଶା ରହିଛି। ଜୁନ୍‌ରେ ଓଡ଼ିଶାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବା ସମ୍ଭାବନା ରହିଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.