୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…

କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍‌ ୮୮୭ ମହାମାରୀ ଭୂତାଣୁର ତାଲିକା ପ୍ରସ୍ତୁତ କରିଛନ୍ତି। ସେଥିମଧ୍ୟରେ ୩୦ ଭୂତାଣୁ ଭବିଷ୍ୟତରେ ପୃଥିବୀରେ ତାଣ୍ଡବ ରଚିବାର ଶକ୍ତି ରଖିଥିବା ସେ ସୂଚନା ଦେଇଛନ୍ତି। ଏକ ଓ୍ବେବ୍‌ ପ୍ଲାଟଫର୍ମରେ ଜୋନା ଏହି ତାଲିକା ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ଏସବୁ ଭୂତାଣୁ କରୋନାଠାରୁ ମଧ୍ୟ ଅଧିକ ଶକ୍ତିଶାଳୀ। ତାଲିକାର ଅବଶିଷ୍ଟ ଭୂତାଣୁ ମଧ୍ୟ ସଂକ୍ରମଣ ସୃଷ୍ଟି କରି ମରାନବ ସମାଜ ପ୍ରତି ବିପଦ ସୃଷ୍ଟି କରିବାର ଆାଙ୍କା ରହିଥିବା ଜୋନା କହିଛନ୍ତି। ସଂକ୍ରାମକ ଆଧାରରେ ତାଲିକାରେ ଥିବା ଭୂତାଣୁଗୁଡ଼ିକୁ ୩ ବର୍ଗରେ ବିଭକ୍ତ କରାଯାଇଛି। ସେସବୁ ବର୍ଗଗୁଡ଼ିକରେ ରାଷ୍ଟ୍ରୀୟସ୍ତର, କ୍ଷେତ୍ରୀୟସ୍ତରରେ ସଂକ୍ରମଣ ସୃଷ୍ଟି କରୁଥିବା ଭୂତାଣୁ ଏବଂ ଅର୍ଦ୍ଧ ପୃଥିବୀ( ସେମି ଗ୍ଲୋବାଲ) ସ୍ତରରେ ସଂକ୍ରମଣ ସୃଷ୍ଟି କରୁଥିବା ଭୂତାଣୁକୁ ସ୍ଥାନୀତ କରାଯାଇଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.