ଭଦ୍ରକ ଅଫିସ, ୧୫।୬-କରୋନା ଉଜାଡ଼ି ଦେଇଛି ସଂସାର। ଅନାଥ ହୋଇଗଲେ ୩ ସନ୍ତାନ। ଠିକ୍ ବର୍ଷକ ତଳେ ଏକ ଅଜଣା ରୋଗରେ ମା’ଙ୍କୁ ହରାଇଥିଲେ। ଆଉ ଏବେ କରୋନା ସେମାନଙ୍କ ବାପାଙ୍କୁ ଛଡ଼ାଇନେଲା। ସେହିପରି ରୋଜଗାରିଆ ପୁଅକୁ ହରାଇ ବୃଦ୍ଧ ମା’ ବାପା ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ପୁଅବୋହୂଙ୍କୁ ହରାଇ ବୃଦ୍ଧ ଦମ୍ପତିଙ୍କ ଜୀବନ ଦୁର୍ବିସହ ହୋଇପଡ଼ିଥିବା ବେଳେ ବୟସର ଅପରାହ୍ନରେ ଅନାଥ ୩ ନାତୁଣୀ ନାତିଙ୍କ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି। ଏଭଳି ସ୍ଥିତିରେ ସରକାରଙ୍କ ପକ୍ଷରୁ ସାହାଯ୍ୟ ପାଇଁ ଆକୁଳ ନିବେଦନ କରିଛନ୍ତି ଏହି ବୃଦ୍ଧ ଦମ୍ପତି। ଆମ ଗୁହାରି ଟିକେ ଶୁଣ, ନାତୁଣୀ ନାତିଙ୍କୁ ଦୟା କର ବୋଲି ସେମାନେ ନିବେଦନ କରୁଛନ୍ତି। ଏଭଳି କରୁଣ ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ତିହିଡ଼ି ନନ୍ଦପୁର ଗ୍ରାମରେ।
ଏହି ଗ୍ରାମର ଶୁକଦେବ ନାଥଙ୍କ ସ୍ତ୍ରୀ, ଏକମାତ୍ର ପୁଅ ମନୋଜ, ୨ ନାତୁଣୀ ଓ ନାତିକୁ ନେଇ ତାଙ୍କ ପରିବାର ଚାଲିଥିଲା। ମନୋଜ ଅଟୋ ଚଲାଇ ପରିବାରର ପ୍ରତିପୋଷଣ କରୁଥିଲେ। କିଛିଦିନ ତଳେ ସେ କରୋନାରେ ଆକ୍ରାନ୍ତ ହେବାରୁ ଚିକିତ୍ସା ପାଇଁ ଭଦ୍ରକ କୋଭିଡ୍ କେୟାର ସେଣ୍ଟରରେ ଭର୍ତ୍ତି ହୋଇଥିଲେ। ଗତ ୩ ତାରିଖରେ ତାଙ୍କର ମୃତ୍ୟୁ ହୋଇଛି। ଗତବର୍ଷ କରୋନା ମହାମାରୀ ସମୟରେ ବୋହୂ କନକଲତା କେଉଁ ଅଜଣା ରୋଗରେ ଆରପାରିକୁ ଚାଲିଯାଇଥିଲେ। ଆଉ ଏବେ ପୁଅର ମୃତ୍ୟୁ ପରେ ସେମାନେ ସମ୍ପୂର୍ଣ୍ଣ ଅସହାୟ ହୋଇପଡ଼ିଛନ୍ତି। କୌଣସି ରୋଜଗାର ନ ଥିବାବେଳେ ଶୁକଦେବଙ୍କୁ ୩ ନାତିନାତୁଣୀଙ୍କ ଭରଣପୋଷଣ ଚିନ୍ତା ଘାରିଛି। ଏହି ଅସହାୟ ପରିବାରକୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଅନ୍ୟପକ୍ଷେ କରୋନାରେ ମନୋଜଙ୍କ ମୃତ୍ୟୁ ହେବା ପରେ ଏକ ସ୍ବତନ୍ତ୍ର ଟିମ୍ ତାଙ୍କ ଘରକୁ ଯାଇ ସବିଶେଷ ତଥ୍ୟ ଜିଲା ପ୍ରଶାସନକୁ ପ୍ରଦାନ କରିଛି। କରୋନା ମହାମାରୀରେ ଅନାଥ ହୋଇଥିବା ପରିବାର ପ୍ରତି ସରକାରଙ୍କ ସମବେଦନା ସହ ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦିଆଯିବ। ଯଥାଶୀଘ୍ର ଏହି ପରିବାର ପାଇଁ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ କହିଛନ୍ତି।
ରାଜ୍ୟରେ ଆଜି ୭,୭୨୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୭୨୯କରୋନା ଆକ୍ରାନ୍ତ ଚିହ୍ନଟ...
ବିଦେଶରେ ମୟୂରଭଞ୍ଜ ଛତୁ
ବାରିପଦା ଅଫିସ,୧୧।୬-ରାଜ୍ୟ ତଥା ବିଦେଶକୁ ଏବେ ରପ୍ତାନୀ ହେଉଛି ‘ମୟୂରଭଞ୍ଜ ମସୃମ’। ଜିଲା ତଥା ରାଜ୍ୟ ବାହାରେ ଛତୁ ଓ ମଞ୍ଜିର ବେଶ୍ ଚାହିଦା ରହଛି।...
ସିଏମ୍ସି ଟିକାକରଣ ପ୍ରହସନ
କଟକ ଅଫିସ,୧୬ା୬: ସହରରେ ଟିକାକରଣ ବ୍ୟାପକ ଭାବରେ କରାଯାଇଛି ବୋଲି କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଡିଣ୍ଡିମ ପିଟାଯାଉଛି। ବିଦେଶ ଯିବାକୁ ଥିବା ଛାତ୍ରୀଛାତ୍ର,...
ଆହୁରି ୪ ଦିନ ବର୍ଷିବ
ଭୁବନେଶ୍ବର,୨୦।୬: ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ...
୪ ଜିଲାରେ ହେବ ଅଣଧାନ ଫସଲ
ଭୁବନେଶ୍ୱର, ୧ା୬(ବ୍ୟୁରୋ): ଚଳିତ ଖରିଫ୍ରେ ରାଜ୍ୟର ମୋଟ ୧୨ ହଜାର ୨୦୭ ହେକ୍ଟର ଚାଷଜମିରେ ଫସଲର ବିବିଧୀକରଣର ଏକ ପାଇଲଟ୍ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏହାକୁ...
କରୋନା ଛଡ଼ାଇନେଲା ଜୀବିକା
ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍ଡାଉନ ରହିଛି। ପୂର୍ବରୁ ଲକ୍ଡାଉନ ସମୟରେ କେବଳ ୪ଘଣ୍ଟା...
ଭୁବନେଶ୍ୱର ସ୍ମାର୍ଟସିଟିକୁ ୨ଟି ପୁରସ୍କାର
ଭୁବନେଶ୍ୱର,୨୬।୬(ବ୍ୟୁରୋ): କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଇଣ୍ଡିଆ ସ୍ମାର୍ଟସିଟି ଆଓ୍ବାର୍ଡସ କଣ୍ଟେଷ୍ଟ (ଆଇଏସ୍ଏସି)-୨୦୨୦ ପ୍ରତିଯୋଗିତାରେ ଭୁବନେଶ୍ୱର ସ୍ମାର୍ଟସିଟିକୁ ଦୁଇଟି...
ଗୋଟିଏ ଜୁଇରେ ୧୦ କୋଭିଡ୍ ମୃତଦେହ ସତ୍କାର ଘଟଣା ହାଇକୋର୍ଟରେ ମାମଲା
କଟକ ଅଫିସ,୨୨।୬: ବଲାଙ୍ଗୀରରେ ଗୋଟିଏ ଜୁଇରେ ୧୦ କୋଭିଡ୍ ସଂକ୍ରମିତଙ୍କ ମୃତଦେହ ସତ୍କାର ଏବଂ ବାରିପଦା କୋଭିଡ୍ ହସ୍ପିଟାଲରେ ଅବ୍ୟବସ୍ଥା ଘଟଣାକୁ ନେଇ ସୋମବାର ହାଇକୋର୍ଟରେ...


