ଭଦ୍ରକ ଅଫିସ, ୧୫।୬-କରୋନା ଉଜାଡ଼ି ଦେଇଛି ସଂସାର। ଅନାଥ ହୋଇଗଲେ ୩ ସନ୍ତାନ। ଠିକ୍ ବର୍ଷକ ତଳେ ଏକ ଅଜଣା ରୋଗରେ ମା’ଙ୍କୁ ହରାଇଥିଲେ। ଆଉ ଏବେ କରୋନା ସେମାନଙ୍କ ବାପାଙ୍କୁ ଛଡ଼ାଇନେଲା। ସେହିପରି ରୋଜଗାରିଆ ପୁଅକୁ ହରାଇ ବୃଦ୍ଧ ମା’ ବାପା ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ପୁଅବୋହୂଙ୍କୁ ହରାଇ ବୃଦ୍ଧ ଦମ୍ପତିଙ୍କ ଜୀବନ ଦୁର୍ବିସହ ହୋଇପଡ଼ିଥିବା ବେଳେ ବୟସର ଅପରାହ୍ନରେ ଅନାଥ ୩ ନାତୁଣୀ ନାତିଙ୍କ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି। ଏଭଳି ସ୍ଥିତିରେ ସରକାରଙ୍କ ପକ୍ଷରୁ ସାହାଯ୍ୟ ପାଇଁ ଆକୁଳ ନିବେଦନ କରିଛନ୍ତି ଏହି ବୃଦ୍ଧ ଦମ୍ପତି। ଆମ ଗୁହାରି ଟିକେ ଶୁଣ, ନାତୁଣୀ ନାତିଙ୍କୁ ଦୟା କର ବୋଲି ସେମାନେ ନିବେଦନ କରୁଛନ୍ତି। ଏଭଳି କରୁଣ ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ତିହିଡ଼ି ନନ୍ଦପୁର ଗ୍ରାମରେ।
ଏହି ଗ୍ରାମର ଶୁକଦେବ ନାଥଙ୍କ ସ୍ତ୍ରୀ, ଏକମାତ୍ର ପୁଅ ମନୋଜ, ୨ ନାତୁଣୀ ଓ ନାତିକୁ ନେଇ ତାଙ୍କ ପରିବାର ଚାଲିଥିଲା। ମନୋଜ ଅଟୋ ଚଲାଇ ପରିବାରର ପ୍ରତିପୋଷଣ କରୁଥିଲେ। କିଛିଦିନ ତଳେ ସେ କରୋନାରେ ଆକ୍ରାନ୍ତ ହେବାରୁ ଚିକିତ୍ସା ପାଇଁ ଭଦ୍ରକ କୋଭିଡ୍ କେୟାର ସେଣ୍ଟରରେ ଭର୍ତ୍ତି ହୋଇଥିଲେ। ଗତ ୩ ତାରିଖରେ ତାଙ୍କର ମୃତ୍ୟୁ ହୋଇଛି। ଗତବର୍ଷ କରୋନା ମହାମାରୀ ସମୟରେ ବୋହୂ କନକଲତା କେଉଁ ଅଜଣା ରୋଗରେ ଆରପାରିକୁ ଚାଲିଯାଇଥିଲେ। ଆଉ ଏବେ ପୁଅର ମୃତ୍ୟୁ ପରେ ସେମାନେ ସମ୍ପୂର୍ଣ୍ଣ ଅସହାୟ ହୋଇପଡ଼ିଛନ୍ତି। କୌଣସି ରୋଜଗାର ନ ଥିବାବେଳେ ଶୁକଦେବଙ୍କୁ ୩ ନାତିନାତୁଣୀଙ୍କ ଭରଣପୋଷଣ ଚିନ୍ତା ଘାରିଛି। ଏହି ଅସହାୟ ପରିବାରକୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଅନ୍ୟପକ୍ଷେ କରୋନାରେ ମନୋଜଙ୍କ ମୃତ୍ୟୁ ହେବା ପରେ ଏକ ସ୍ବତନ୍ତ୍ର ଟିମ୍ ତାଙ୍କ ଘରକୁ ଯାଇ ସବିଶେଷ ତଥ୍ୟ ଜିଲା ପ୍ରଶାସନକୁ ପ୍ରଦାନ କରିଛି। କରୋନା ମହାମାରୀରେ ଅନାଥ ହୋଇଥିବା ପରିବାର ପ୍ରତି ସରକାରଙ୍କ ସମବେଦନା ସହ ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦିଆଯିବ। ଯଥାଶୀଘ୍ର ଏହି ପରିବାର ପାଇଁ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ କହିଛନ୍ତି।
ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ
ଭୁବନେଶ୍ବର,୧୯।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର...
ସାଇକେଲ ଚାଳନା ପ୍ରସାର ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୫।୬(ବ୍ୟୁରୋ): ରୋଟାରୀ କ୍ଲବ୍ ଇକୋ ପକ୍ଷରୁ ଅନ୍ଲାଇନ୍ ଜରିଆରେ ଶୁକ୍ରବାର ବିଶ୍ୱ ସାଇକେଲ ଦିବସ ପାଳିତ ହୋଇଯାଇଛି। ଏଥିରେ ରୋଟାରୀ କ୍ଲବ ଇକୋର ସଭାପତି...
ଭାଗ୍ୟର ବିଡ଼ମ୍ବନା: ଗ୍ରାହକ ଉପରେ ଭୁଶୁଡ଼ିଲା ଦୋକାନ ଛାତ
ଜଳେଶ୍ୱର, ୨୦।୬: ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟି ୧ ନମ୍ବର ୱାର୍ଡ଼ ଝାଡ଼େଶ୍ୱରପୁର ସ୍କୁଲ ସାମ୍ନା ଏକ ପାଉଁରୁଟି ଦୋକାନ ଛାତ ଭୁଶୁଡ଼ି ପଡ଼ିବାରୁ ଜଣେ...
କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା...
ସବୁ ଜିଲାରେ ଗାଡ଼ି ପଞ୍ଜୀକରଣ, ବିକ୍ରୟକୁ ଅନୁମତି
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ଲକ୍ଡାଉନ୍ କଟକଣାକୁ ସାମାନ୍ୟ କୋହଳ କରିଛନ୍ତି। ସମସ୍ତ ଜିଲାରେ ଅଟୋମୋବାଇଲ୍ ଶୋ’ରୁମ୍ଗୁଡ଼ିକ ଖୋଲାଯିବା ସହ ନୂତନ ଗାଡ଼ି ପଞ୍ଜୀକରଣ ଓ ବିକ୍ରୟ...
ଟିକାକରଣ: ରାଶନ କାର୍ଡ ପରିଚୟ ପତ୍ର ହୋଇପାରିବ
ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ଏଣିକି ରାଶନ କାର୍ଡକୁ ମଧ୍ୟ ଟିକାକରଣବେଳେ ପରିଚୟ ପତ୍ର ଭାବେ ବ୍ୟବହାର କରିହେବ। ଟିକାକରଣ ପାଇଁ କୋଓ୍ବିନ ପୋର୍ଟାଲରେ ୭ ପ୍ରକାରର ପରିଚୟ...
ରାସ୍ତାକଡ଼ରେ ୧୪ ପରିବାର
ପଦ୍ମପୁର,୭।୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ପଞ୍ଚାୟତ କଣ୍ଟିଆନାଳି ଗ୍ରାମର ୧୪ ପରିବାର ୧୦ ଦିନ ଧରି ଜାମୁଝାଡ଼ି-ଧାମରା ରାସ୍ତା ବିଦେଇପୁର ଛକ ନିକଟରେ...
ବଜାରରେ ବ୍ୟବସାୟୀଙ୍କ କୋଭିଡ୍ ପରୀକ୍ଷା
ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ କାର୍ଯ୍ୟସ୍ଥଳରେ ବ୍ୟବସାୟୀଙ୍କ କୋଭିଡ୍ ପରୀକ୍ଷଣ ଆରମ୍ଭ ହୋଇଛି। ଶୁକ୍ରବାର ନର୍ଥ ଜୋନ୍ ଅନ୍ତର୍ଗତ ନୀଳାଦ୍ରିବିହାର ତାରିଣୀ...


