କୋଲକତା,୧୮।୬: ପଶ୍ଚିମବଙ୍ଗର ବିଧାନସଭା ନିର୍ବାଚନରେ ନନ୍ଦିଗ୍ରାମ ଆସନରୁ ଭାଜପା ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ହାରିଯାଇଥିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପରେ ସେ ଶୁଭେନ୍ଦୁ ଅଧିକାରୀଙ୍କ ବିଜୟ ବିରୋଧରେ କଲିକତା ହାଇକୋର୍ଟରେ ପହଞ୍ଚିଛନ୍ତି। ନନ୍ଦୀଗ୍ରାମରେ ସମଗ୍ର ନିର୍ବାଚନ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି ମମତା ହାଇକୋର୍ଟରେ ଏକ ପିଟିସନ ଦାଖଲ କରିଛନ୍ତି। ତେବେ କଲିକତା ହାଇକୋର୍ଟ ମମତା ବାନାର୍ଜୀଙ୍କ ଆବେଦନ ଉପରେ ଶୁଣାଣି ଜୁନ୍ ୨୪ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି।
ସୂଚନାଯୋଗ୍ୟ ଯେ, ବଙ୍ଗଳାର ଆଠଟି ପର୍ଯ୍ୟାୟରେ ଅନୁଷ୍ଠିତ ନିର୍ବାଚନ ପରେ ମେ ୨ରେ ଫଳାଫଳ ଘୋଷଣା କରାଯାଇଥିଲା। ଏଥିରେ ସମସ୍ତଙ୍କ ନଜର ରାଜ୍ୟର ହଟସିଟ୍ ନନ୍ଦିଗ୍ରାମ ଉପରେ ଥିଲା। ଫଳାଫଳ ଗଣତି ଦିନ ପ୍ରଥମେ ମମତା ନିଜ ପ୍ରତିଦ୍ୱନ୍ଦୀଙ୍କ ପାଖରୁ ୧୨୦୦ ଭୋଟରେ ବିଜୟୀ ହୋଇଥିଲେ ବୋଲି କୁହାଯାଇଥିଲା। ଏ ନେଇ ମମତା ଭୋଟରଙ୍କୁ ଧନ୍ୟବାଦ ମଧ୍ୟ ଦେଇ ସାରିଥିଲେ। ହେଲେ ଶୁଭେନ୍ଦୁଙ୍କ ଅନୁରୋଧ କ୍ରମେ ନିର୍ବାଚନ କମିଶନର ଆଉ ଥରେ ଭୋଟ ଗଣତି କରିଥିଲେ। ଏହାପରେ ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ମମତା ପରାସ୍ତ ହୋଇଥିବା ଘୋଷଣା କରିଥିଲେ ନିର୍ବାଚନ କମିଶନର। ପରେ ମମତା କହିଥିଲେ ନନ୍ଦିଗ୍ରାମରେ ଯାହା ହେଲା ଭୁଲି ଯାଅ। ନିର୍ବାଚନ କମିଶନ କେନ୍ଦ୍ରର ନିର୍ଦ୍ଦେଶ କ୍ରମେ ଭୋଟ ଗଣତରି ଜାଲିଆତି କରିଛି ବୋଲି ଦିଦି କହିଥିଲେ।
ଟିକାକରଣ ପ୍ରମାଣପତ୍ରରେ ରହିବ ମମତାଙ୍କ ଫଟୋ
କୋଲକାତା,୬ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ଚାଲିଥିବା ଟଣାଓଟରା ଏତେ ଶୀଘ୍ର ଥମିବାର ଆଶା ଦିଶୁନାହିଁ। କାରଣ କୋଭିଡ୍-୧୯...
ବାଇକ୍ରେ ଯାଉଥିଲେ ଯୁବକ, ପଛରୁ ଆସିଲେ ଦୁଇ ମହାବଳ ବାଘ; ଆଉ ତା’ ପରେ…
ମୁମ୍ବାଇ,୨ା୬: ମହାରାଷ୍ଟ୍ରର ଚନ୍ଦ୍ରପୁରରୁ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି। ଯେଉଁଥିରେ ଦେଖିବେ ଦୁଇଟି ମହାବଳ ବାଘ ହଠାତ୍ ରାସ୍ତା ଉପରକୁ ଚାଲି...
କୋଭିଡ୍ ନିୟମ ଭୁଲି ନାଚିଲେ ଭାଜପା ଏମ୍ପି
ଜୟପୁର,୨୨।୬: ଦେଶରେ କରୋନା ସଂକ୍ରମଣ ହାର ହ୍ରାସ ପାଉଛି। ହେଲେ ଏବେ ମଧ୍ୟ ବିଭିନ୍ନ ରାଜ୍ୟରେ କଟକଣା ବଳବତ୍ତର ରହିଛି। କିନ୍ତୁ କଟକଣାକୁ ଖାତିର କରୁ...
ଚୋକ୍ସିଙ୍କ ପ୍ରତ୍ୟର୍ପଣ: ଖାଲି ହାତରେ ଫେରୁଛି ଭାରତର ପ୍ରତିନିଧି ଦଳ
ନୂଆଦିଲ୍ଲୀ,୪।୬ : ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କ ପ୍ରତ୍ୟର୍ପଣରେ ଆହୁରି ବିଳମ୍ବ ହେବ। ପିଏନ୍ବି ବ୍ୟାଙ୍କରୁ ଋଣ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଆଣିବାକୁ...
ଅମିତ ଶାହାଙ୍କ ଘରେ ପହଞ୍ଚିଲେ ଜିତିନ୍ ପ୍ରସାଦ: ଭାଜପାରେ ହୋଇପାରନ୍ତି ସାମିଲ୍
ନୂଆଦିଲ୍ଲୀ,୯।୬। କଂଗ୍ରେସକୁ ପୁଣି ଲାଗିପାରେ ଝଟ୍କା। ଜ୍ୟୋର୍ତିଆଦିତ୍ୟ ସିନ୍ଧିଆଙ୍କ ପରେ ଏବେ ଦଳ ଛାଡିଆପାରନ୍ତି ଆଉ ଜଣେ ହେବିଓ୍ବେଟ୍। କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ...
ଟିକା ନୀତି ସ୍ବେଚ୍ଛାଚାରୀ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩ା୬(ପି.ଟି.): କରୋନା କାଳରେ ରାଜ୍ୟଗୁଡ଼ିକର ଆର୍ଥିକ ସ୍ଥିତି ଦୋହଲିଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରି ଟିକା କିଣିବା...
କରୋନାରେ ଡ୍ରିମ୍ଗର୍ଲ ଫେମ୍ ରିଙ୍କୁ ସିଂଙ୍କ ପରଲୋକ
ମୁମ୍ବାଇ,୪।୬: ବଲିଉଡ୍ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...
୨ ମାସରେ ୧୬ ଜଣଙ୍କୁ ମାରିଲାଣି ଦନ୍ତା
ନୂଆଦିଲ୍ଲୀ,୨୪।୬: ହାତୀ ପଲରୁ ବିତାଡ଼ିତ ହେବା ପରେ ଏକ ଦନ୍ତା ଝାଡ଼ଖଣ୍ଡର ସନ୍ଥାଳ ପରଗାନା ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି। ଗତ ଦୁଇ ମାସ ମଧ୍ୟରେ...


