Categories: ଜାତୀୟ

ମିନେରାଲ ବଦଳରେ ଗ୍ରାହକଙ୍କୁ ଏସିଡ୍‌ ଦେଲେ ଦୋକାନୀ

କୁଲଗାମ(କଶ୍ମୀର),୯।୬ : ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର ଜଣେ ତହସିଲଦାର ବୁଧବାର ଏକ ଦୋକାନରୁ ମିନେରାଲ ପାଣି ବୋତଲ କିଣିଥିଲେ। କିନ୍ତୁ ପାଣି ବଦଳରେ ଭୁଲ ବଶତଃ ବ୍ୟାଟେରି ଏସିଡ୍‌ ଭର୍ତ୍ତି ଥିବା ବୋତଲ ଦେଇଥିଲେ ଦୋକାନୀ। ଏହାକୁ ପିଇବା ପରେ ଗୁରୁତର ହୋଇପଡ଼ିଥିବା ତହସିଲଦାର ନିୟାଜ ଅହମ୍ମଦ ଭଟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ଅଫିମ ଚାଷ ନଷ୍ଟ କରି ଫେରୁଥିବା ନିୟାଜ ବୁଧବାର ଅପରାହ୍ନ ୧୧ଟା ବେଳେ ଏକ ଦୋକାନୀଙ୍କୁ ପାଣି ବୋତଲ ମାଗିଥିଲେ। ଦେଖିବାକୁ ପାଣି ଭଳି ବ୍ୟାଟେରି ଏସିଡ୍‌କୁ ଏକ ବୋତଲରେ ରଖିଥିଲେ ଦୋକାନୀ, ଯାହାକୁ ପାଣି ଭାବି ବିକି ଦେଇଥିଲେ। ପିଇବା ପରେ ଅସୁସ୍ଥ ହୋଇପଡ଼ିଥିଲେ ତହସିଲଦାର। ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିବା ଜଣେ ଅଧିକାରୀ କହିଛନ୍ତି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସେହି ଅଞ୍ଚଳର ବିଏମ୍‌ଓ ଗୁଲଜାର ଅହମ୍ମଦ ଦାର କହିଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.