ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ ଏହାକୁ ପ୍ରକାଶ କରାଯାଇଛି। ଏଥିରେ ରେଗୁଲାର୍ରେ ପାସ ହାର ୯୭.୮୯% ରହିଛି।
କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ଉପସ୍ଥିତିରେ ପରୀକ୍ଷାଫଳ ପ୍ରକାଶ କରାଯାଇଥିବା ବେଳେ ଛାତ୍ରୀଛାତ୍ରମାନେ ସନ୍ଧ୍ୟା ୬ଟାଠାରୁ www.bseodisha.ac.in ଏବଂ www.bseodisha.nic.in ଓ୍ବେବ୍ସାଇଟ୍ରେ ସେମାନଙ୍କ ମାର୍କ ପାଇପାରିବେ। ସେହିଭଳି ଏସ୍ଏମ୍ଏସ୍ ଜରିଆରେ ମଧ୍ୟ ଛାତ୍ରୀଛାତ୍ର ରେଜଲ୍ଟ ପାଇପାରିବେ। ଏଥିପାଇଁ ସେମାନଙ୍କୁ ମୋବାଇଲ୍ରେ OR01 ଲେଖି ସ୍ପେଶ୍ ଦେବା ପରେ ରୋଲ ନଂ ଲେଖି ୫୬୭୬୭୫୦କୁ ଏସ୍ଏମ୍ଏସ୍ କରିବାକୁ ହେବ।
ତେବେ ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଚଳିତ ଥର ୫,୭୪,୧୨୫ ପିଲାଙ୍କର ମୂଲ୍ୟାଙ୍କନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫,୬୧,୦୧୦ଜଣ ପାସ କରିଛନ୍ତି। ୭୭୦୩ ଛାତ୍ରୀଛାତ୍ର ଫେଲ୍ ହୋଇଥିବା ବେଳେ ପରୀକ୍ଷାରେ ୪୪୧୨ ପିଲା ଅନୁପସ୍ଥିତ ରହିଥିଲେ। ସେହିଭଳି ୨୨୫୬ ପିଲାଙ୍କ ମାର୍କ ସ୍କୁଲଗୁଡ଼ିକ ପକ୍ଷରୁ ଦିଆଯାଇ ନ ଥିବା ମନ୍ତ୍ରୀ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.