କୋଲକାତା,୧୭।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ ଛାଡ଼ି ଭାଜପାର ହାତ ଧରିଥିଲେ ମୁକୁଲ ରୟ। ହେଲେ ନିକଟରେ ପୁଣି ଥରେ ତାଙ୍କର ଘର ବାହୁଡ଼ା ହୋଇଛି। ଅର୍ଥାତ୍ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଟିଏମ୍ସିର ବିଜୟ ହାସଲ ପରେ ମୁକୁଲ ପୁଣି ଥରେ ଦଳକୁ ଫେରିଛନ୍ତି। ଟିଏମ୍ସିକୁ ଫେରିବା ପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମୁକୁଲଙ୍କ ଜେଡ୍ ସିକ୍ୟୁରିଟିକୁ ପ୍ରତ୍ୟାହାର କରିନେଇଛି। ଏନେଇ ସିଆରପିଏଫ୍ର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଗୁରୁବାର ସକାଳେ ମୁକୁଲଙ୍କ ସୁରକ୍ଷାରେ ଥିବା ୩୩ସିଆରପିଏଫ୍ କର୍ମଚାରୀଙ୍କୁ ହଟାଇ ଦିଆଯାଇଛି। ସୂଚନାମୁତାବକ ବିଧାନସଭା ନିର୍ବାଚନ ସମୟରେ ଟିଏମ୍ସି କର୍ମକର୍ତ୍ତାଙ୍କ ପକ୍ଷରୁ ଥିବା ବିପଦ ଆଶଙ୍କାରେ ତାଙ୍କର ସୁରକ୍ଷାକୁ ବଢ଼ାଇ ଦିଆଯାଇଥିଲା। ତେବେ ଟିଏମ୍ସିରେ ଯୋଗଦେବା ପରେ ତାଙ୍କର କେନ୍ଦ୍ରୀୟ ସୁରକ୍ଷାକୁ ପ୍ରତ୍ୟାହାର କରିନେବାକୁ ମୁକୁଲ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଏକ ଚିଠି ଲେଖିଥିଲେ। ଗତ ସପ୍ତାହରେ ତାଙ୍କ ପୁଅ ଶୁଭ୍ରାଂଶୁଙ୍କ ସିଆଇଏସ୍ଏଫ୍ ସୁରକ୍ଷା ମଧ୍ୟ ପ୍ରତ୍ୟାହାର କରାଯାଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.