ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି। ୯୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ୧୯୫୮ କମନୱେଲଥ୍ ଗେମ୍ସର ଚାମ୍ପିଅନ ତଥା ଅଲିମ୍ପିଆନ ମିଲ୍ଖା ସିଂହ ଶୁକ୍ରବାର ଚଣ୍ଡିଗଡ଼ର ପିଜିଆଇଏମ୍ଇଆର ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏନେଇ ପରିବାର ଲୋକେ ସୂଚନା ଦେଇଛନ୍ତି। ଶନିବାର ସନ୍ଧ୍ୟାରେ ପଞ୍ଜାବ ଚଣ୍ଡିଗଡ଼ର ସେକ୍ଟର-୨୫ ସ୍ଥିତ ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ। ଅନ୍ତିମ ଦର୍ଶନ ପାଇଁ ତାଙ୍କୁ ଅପରାହ୍ନ ୩ଟାରେ ତାଙ୍କ ବାସଭବନକକୁ ନିଆଯିବ। ମିଲ୍ଖଙ୍କ ବିୟୋଗରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରି ଟୁଇଟରେ ଲେଖିଛନ୍ତି, ମିଲ୍ଖା ସିଂହଙ୍କ ଦେହାନ୍ତ କ୍ରୀଡ଼ା ଜଗତରେ ଏକ ଅପୂରଣୀୟ କ୍ଷତି। ନିଜର ପ୍ରତିଭା ପାଇଁ ସେ ଭାରତୀୟଙ୍କ ହୃଦୟରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ତିଆରି କରିପାରିଥିଲେ। ତାଙ୍କର ପ୍ରେରଣାଦାୟୀ ବ୍ୟକ୍ତିତ୍ୱ ପାଇଁ ତାଙ୍କୁ ଅନେକ ଲୋକ ଭଲ ପାଉଥିଲେ ବୋଲି ମୋଦି କହିଛନ୍ତି। ସୂଚନାଯୋଗ୍ୟ, ଗତ ମାସରେ ଏହି କିମ୍ବଦନ୍ତୀ ଧାବକ କୋଭିଡରେ ସଂକ୍ରମିତ ହୋଇଥିଲେ। ଜୁନ ୩ରେ ତାଙ୍କୁ ପିଜିଆଇଏମ୍ଇଆର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଜୁନ ୧୩ ପର୍ଯ୍ୟନ୍ତ ସେଠାରେ ତାଙ୍କର କରୋନା ଚିକିତ୍ସା ଚାଲିଥିବା ବେଳେ ବୁଧବାର ତାଙ୍କର କରୋନା ରିପୋର୍ଟ ନେଗେଟିଭ୍ ଆସିଥିଲା। ସ୍ବାସ୍ଥା୍ୟବସ୍ଥାରେ ସୁଧାର ଆସିବା ପରେ ତାଙ୍କୁ କୋଭିଡ ଆଇସିୟୁରୁ ସାଧାରଣ ଆଇସିୟୁକୁ ସ୍ଥାନାନ୍ତରିତ କରାଯାଇଥିଲା। ହେଲେ ଗୁରୁବାର ହଠାତ୍ ମିଲ୍ଖାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଥିଲା ଏବଂ ଅମ୍ଳଜାନ ସ୍ତର ମଧ୍ୟ କମ୍ ହୋଇଯାଇଥିଲା। ତେବେ ଚିକିତ୍ସାଧିନ ଅବସ୍ଥାରେ ଶୁକ୍ରବାର ବିଳମ୍ବିତ ରାତି ୧୧ଟା ୩୦ରେ ତାଙ୍କର ମୃତ୍ୟୁ ଘଟିଛି। ସୂଚନା ମୁତାବକ ଚଳିତ ସପ୍ତାହରେ ମିଲ୍ଖାଙ୍କ ପତ୍ନୀ ନିର୍ମଳା ମିଲ୍ଖା ସଂହଙ୍କ ୮୫ବର୍ଷରେ କରୋନାଜନିତ ମୃତ୍ୟୁ ହୋଇଥିଲା। ମିଲ୍ଖା ସିଂହଙ୍କ କ୍ରୀଡ଼ା କଥା କହିବାକୁ ଗଲେ ଏସିଆନ ଗେମ୍ସରେ ସେ ଭାରତ ପାଇଁ ୪ଥର ସ୍ବର୍ଣ୍ଣ ପଦକ ଜିତିଥିଲେ। ସେହିପରି ୧୯୫୮ରେ ସେ କମନୱେଲଥ୍ ଗେମ୍ସର ଚାମ୍ପିଅନ ମଧ୍ୟ ହୋଇଥିଲେ। ସେହିପରି ୧୯୬୦ରେ ରୋମ ଅଲିମ୍ପିକ୍ସ ଗେମ୍ସରେ ୪୦୦ ମିଟର ଦୌଡ଼ରେ ଅଳ୍ପ ବ୍ୟବଧାନରେ ପଦକ ହରାଇ ଚତୁର୍ଥ ସ୍ଥାନ ହାସଲ କରିଥିଲେ ମିଲ୍ଖା। କ୍ରୀଡ଼ା କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ୧୯୫୯ରେ ମିଲ୍ଖାଙ୍କୁ ପଦ୍ମଶ୍ରୀ ପୁରସ୍କାର ପୁରସ୍କୃତ କରାଯାଇଥିଲା।
Posted inକରୋନା ଭାଇରସ୍, ଖେଳ, ଜାତୀୟ View All
ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...
ଶ୍ରମିକଙ୍କ ପୁଅ ହେଲେ ଇସ୍ରୋ ବୈଜ୍ଞାନିକ
ମୁମ୍ବାଇ,୧୮ା୬: ଦୃଢ଼ ଇଚ୍ଛାଶକ୍ତି ଥିଲେ ମଣିଷ ସବୁ ଅସାଧ୍ୟ କାମକୁ ସାଧନ କରିପାରେ। ସେମିତି କରି ଦେଖାଇଛନ୍ତି ଜଣେ ଶ୍ରମିକଙ୍କ ପୁଅ। କଠିନ ଅଧ୍ୟବସାୟ ବଳରେ...
ଜାପାନରୁ ଫେରିଲେନି ମ୍ୟାନ୍ମାର ଫୁଟ୍ବଲର
ଟୋକିଓ, ୧୮ା୬ (ଏପି)- ଜାପାନରେ ୨୦୨୨ ବିଶ୍ୱକପ୍ କ୍ୱାଲିଫାୟର୍ସ ଖେଳିବା ଲାଗି ଆସିଥିବା ମ୍ୟାନ୍ମାର ଜାତୀୟ ଫୁଟ୍ବଲ ଦଳର ଜଣେ ଖେଳାଳି ସ୍ବଦେଶ ଫେରିବା ଲାଗି...
ଜିତିନ୍ ଦଳ ଛାଡିବା ପରେ କଂଗ୍ରେସରେ କନ୍ଦଳ: କପିଲ ସିବଲ କହିଲେ, ମୁଁ ମଲା ପରେ..
ନୂଆଦିଲ୍ଲୀ,୧୦।୬: କଂଗ୍ରେସର ପୂର୍ବତନ ନେତା ଜିତିନ ପ୍ରସାଦ ଦଳ ଛାଡି ଭାଜପାରେ ଯୋଗଦେବା ପରେ ପୁଣି ଥରେ କଂଗ୍ରେସ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଜିତିନ...
ସମାଲୋଚକଙ୍କୁ ନିର୍ବାଚନ ଲଢ଼ିବା ମନା
ମସ୍କୋ, ୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଶୁକ୍ରବାର ଏକ ନୂଆ ବିଲ୍ରେ ସ୍ବାକ୍ଷର କରିଛନ୍ତି। କୌଣସି ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସମାଲୋଚନା କଲେ ଉକ୍ତ ଆଇନ...
ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ
ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ...
ଗଞ୍ଜେଇରେ ପ୍ରସ୍ତୁତ ହେଉଥିଲା କେକ୍
ମୁମ୍ବାଇ,୧୩।୬: ମୁମ୍ବାଇର ଏକ କେକ୍ ବେକିଂ ବେକେରୀରେ ପ୍ରସ୍ତୁତ ହେଉଥିଲା ଗଞ୍ଜେଇ ମିଶ୍ରିତ କେକ୍। ଖବର ପାଇ ଶନିବାର ରାତିରେ ଚଢ଼ାଉ କରିଥିଲା ନାର୍କୋଟିକ କଣ୍ଟ୍ରୋଲ...
୨୦୨୪ ରଣନୀତି: ଶରଦ ପାୱାରଙ୍କ ନେତୃତ୍ୱରେ ହେବ ବିରୋଧୀ ଦଳ ବୈଠକ
ନୂଆଦିଲ୍ଲୀ,୨୧।୬: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିରୋଧୀଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍ସିପି) ମୁଖ୍ୟ ଶରଦ ପାୱାର ମଙ୍ଗଳବାର ଅଣ କଂଗ୍ରେସ...


