ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। କରୋନା କଟକଣା ଯୋଗୁ ଶନିବାର ଓ ରବିବାର ରାଜ୍ୟରେ ସମସ୍ତ ଧାର୍ମିକ ସ୍ଥଳ ବନ୍ଦ ରହିଥିବା ବେଳେ ଜଣେ ସ୍ଥାନୀୟ ପୁରୋହିତ କିଛି ଲୋକଙ୍କୁ ନେଇ ଜବଦରଦସ୍ତି ମନ୍ଦିର ପରିସରକୁ ପ୍ରବେଶ କରିବାକୁ ଜିଦ୍ ଧରିଥିଲେ। ଏହି ସମୟରେ ସେଠାରେ ଉପସ୍ଥିତ ଥିବା ପୋଲିସ ତାଙ୍କୁ ଅଟକାଇଥିଲେ। ତେବେ ଦୁହିଁଙ୍କ ମଧ୍ୟ କଥା କଟାକଟି ଏତେ ଦୂର ବଢ଼ିଯାଇଥିଲା ଯେ, ମନ୍ଦିରକୁ ପ୍ରବେଶ କରୁଥିବା ପୁରୋହିତଙ୍କୁ ପୋଲିସ ମାଡ଼ ମାରିବାକୁ ମାଧ୍ୟ ହୋଇଥିଲେ। ଏହି ଘଟଣା ଘଟିବା ସମୟରେ ସେଠାରେ ଉପସ୍ଥିତ ଥିବା ସ୍ଥାନୀୟ ଲୋକ ଏହାର ଭିଡିଓ ଉତ୍ତୋଳନ କରି ସୋସିଆଲ ମିଡିଆରେ ଭାଇରାଲ କରିଥିଲେ। ଅନ୍ୟପଟେ ମିର୍ଜାପୁର ପୋଲିସ ଏହି ଘଟଣାକୁ ନେଇ ଟୁଇଟ କରିଛନ୍ତି। ସେ କହିଛନ୍ତି, ଏହି ଘଟଣାର ଯାଞ୍ଚ କରାଯିବ ଏବଂ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ କରାଯାଇଥିବା ଗାଇଡଲାଇନ ଅନୁସାରେ ଶନିବାର ଓ ରବିବାର ମା’ ବିନ୍ଧବାସିନିଙ୍କ ମନ୍ଦିର ମନ୍ଦ ରହିବ। ତେଣୁ ଏହି ସମୟରେ ମନ୍ଦିର ଦର୍ଶନକୁ ବାରଣ କରାଯାଇଥିବା ବେଳେ ନିୟମ ଉଲ୍ଲଂଘନ ନ କରିବାକୁ ପୋଲିସ ସାଧାରଣଲୋକଙ୍କୁ ପରାମର୍ଶ ଦେଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.