ନୂଆଦିଲ୍ଲୀ,୨।୬: କୋଭିଡ୍ ପରିଚାଳନା ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ବିଭିନ୍ନ ଦେଶର ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ବ୍ରାଜିଲରେ କୋଭିଡ୍ ପରିଚାଳନାରେ ବିଫଳତାକୁ ନେଇ ହଜାର ହଜାର ଲୋକ ରାସ୍ତାକୁ ଓହ୍ଲାଇବା ସହ ପ୍ରଧାନମନ୍ତ୍ରୀ ଜୈର ବଲସୋନାରୋଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
ଇକ୍ୱାଡର ସ୍ବାସ୍ଥ୍ୟମନ୍ତ୍ରୀ ଭାବେ ରୋଡଲ୍ଫ ଫାର୍ଫାନ ନିଯୁକ୍ତ ହେବାର ୩ ସପ୍ତାହ ପରେ ଗତ ମାର୍ଚ୍ଚରେ ଇସ୍ତଫା ଦେଇଥିଲେ। ଟିକାକରଣ ଅଭିଯାନରେ ତାଙ୍କ ବିରୋଧରେ ପ୍ରିୟାପ୍ରୀତି ତୋଷଣ ଅଭିଯୋଗ ହୋଇଥିଲା, ଯାହାର ତଦନ୍ତ ଜାରି ରହିଛି। ତାଙ୍କ ପୂର୍ବରୁ ସ୍ବାସ୍ଥ୍ୟମନ୍ତ୍ରୀ ଥିବା ଜୁଆନ୍ କାର୍ଲୋସ ଜେଭାଲୋସ୍ ମଧ୍ୟ ମାସେ ପୂର୍ବରୁ ଟିକାକରଣ ଅନିୟମିତତାକୁ ନେଇ ଇସ୍ତଫା ଦେଇଥିଲେ।
କୋଭିଡ୍କୁ ନେଇ ଅତ୍ୟଧିକ ଚାପ ହେତୁ ଏପ୍ରିଲ ୧୩ରେ ଅଷ୍ଟ୍ରିଆ ସ୍ବାସ୍ଥ୍ୟମନ୍ତ୍ରୀ ରୁଡଲ୍ଫ ଆନ୍ସୋବର ଇସ୍ତଫା ଦେଇଥିଲେ। ଇରାକର ଏକ କୋଭିଡ୍ ହସ୍ପିଟାଲରେ ନିଆଁ ଲାଗି ୮୦ ଜଣଙ୍କ ମୃତ୍ୟୁ ହେବା ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀ ହାସନ ଅଲତାମିମି ଗତ ମେ’ରେ ଇସ୍ତଫା ଦେଇଥିଲେ। ଟିକାକରଣ କାର୍ଯ୍ୟକ୍ରମରେ ଅନିୟମିତତା ଅଭିଯୋଗରେ ଆର୍ଜେଣ୍ଟିନା ସ୍ବାସ୍ଥ୍ୟମନ୍ତ୍ରୀ ଗତ ଫେବୃୟାରୀରେ ଇସ୍ତଫା ଦେଇଥିଲେ। ସରକାରୀ ହସ୍ପିଟାଲରେ ୬ ରୋଗୀଙ୍କ ମୃତ୍ୟୁ ହେବାରୁ ମାର୍ଚ୍ଚ ମାସରେ ଜୋର୍ଡାନ ସ୍ବାସ୍ଥ୍ୟମନ୍ତ୍ରୀ ନାଜିର ଓବେଇଡାଟ୍ ପଦ ଛାଡ଼ିଥିଲେ। ପେରୁରେ ସାଧାରଣ ଜନତାଙ୍କୁ ଟିକା ମିଳିବା ପୂର୍ବରୁ ପୂର୍ବତନ ରାଷ୍ଟ୍ରପତି ଟିକା ନେବାକୁ ନେଇ ସମାଲୋଚନା ହେବାରୁ ସ୍ବାସ୍ଥ୍ୟମନ୍ତ୍ରୀ ଡ. ପିଲାର ମାଜେଟ୍ଟି ଇସ୍ତଫା ଦେଇଥିଲେ। ମହାମାରୀ ପରିଚଳାନାରେ ବିଫଳତା ଅଭିଯୋଗ ହେବାରୁ ସ୍ଲୋଭାକିଆ ସ୍ବାସ୍ଥ୍ୟମନ୍ତ୍ରୀ ମାରେକ୍ କ୍ରାଜି ପଦ ଛାଡ଼ିଥିଲେ। ସ୍ବାସ୍ଥ୍ୟ ଅଧିକାରୀମାନଙ୍କ ବେପରୁଆ ମନୋଭାବ ଯୋଗୁ ମଙ୍ଗୋଲିଆରେ ଜଣେ ମହିଳା ଓ ତାଙ୍କ ନବଜାତ ଶିଶୁ କୋଭିଡ୍ରେ ପ୍ରାଣ ହରାଇବାରୁ ପ୍ରଧାନମନ୍ତ୍ରୀ ଖୁରେଲସୁଖ ଉଖ୍ନା କ୍ୟାବିନେଟ ସହ ଇସ୍ତଫା ଦେଇଥିଲେ। ସେହିପରି ୨୦୨୦ରେ ମଧ୍ୟ ମହାମାରୀ ପରିଚାଳନାଗତ ତ୍ରୁଟିକୁ ନେଇ ନ୍ୟୁଜିଲାଣ୍ଡ, ବ୍ରାଜିଲ, ଚେକ୍ ଗଣରାଜ୍ୟ ସମେତ ବିଭିନ୍ନ ଦେଶରେ ସ୍ବାସ୍ଥ୍ୟ ମନ୍ତ୍ରୀ ଇସ୍ତଫା ଦେଇଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.