ନୂଆଦିଲ୍ଲୀ,୫।୬: ଦେଶରେ ପ୍ରଚଳିତ ଆଇଟି ନିୟମର ପାଳନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଟୁଇଟର୍କୁ ଶେଷ ଚେତାବନୀ ଦିଆଯାଇଛି। ନୂଆ ନିୟମ ପାଳନ ନ କଲେ ପରିଣାମ ଭୋଗିବାକୁ ପଡ଼ିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଭାରତରେ ପ୍ରଚଳିତ ଆଇଟି ଅଧିନିୟମ ୨୦୦୦ର ଧାରା ୭୯ର ପ୍ରତିପାଳନ ନ କରାଗଲେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଏବଂ ପରିଣାମ ପାଇଁ ଟୁଇଟର ଉତ୍ତରଦାୟୀ ରହିବ ବୋଲି ସରକାରଙ୍କ ପକ୍ଷରୁ ସୂଚିତ କରାଯାଇଛି। ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଏବଂ ଆର୍ଏସ୍ଏସ୍ ପ୍ରମୁଖ ମୋହନ ଭାଗଓ୍ବତ୍ଙ୍କ ଟୁଇଟର ଆକାଉଣ୍ଟରୁ ବ୍ଲୁ ଟିକ୍ ହଟାଯିବା ପରେ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଉପରାଷ୍ଟ୍ରପତିଙ୍କ ଆକାଉଣ୍ଟ ଭେରିଫାଏ ପରେ ବ୍ଲୁ ଟିକ୍ ରିଷ୍ଟୋର କରାଯାଇଥିବା ଟୁଇଟର ପକ୍ଷରୁ ସଫେଇ ଦିଆଯାଇଛି। ତେବେ ଆଇଟି ଆଇନକୁ ପାଳନ କରିବା ନେଇ ଭାରତ ସରକାର ଦୃଢ଼ ଆଭିମୁଖ୍ୟ ଗ୍ରହଣ କରିଛନ୍ତି।
ସାବରମତି ନଦୀରେ କୋଭିଡ-୧୯ ଭାଇରସ୍
ଅହମଦାବାଦ,୧୮।୭: କରୋନା ଭାଇରସ୍ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି।...
‘ମେଣ୍ଟ ପାଇଁ ମାୟାବତୀ, କଂଗ୍ରେସ ଅନଫିଟ୍’
ନୂଆଦିଲ୍ଲୀ,୨୩।୬: ଆଗାମୀ ବର୍ଷ ହେବାକୁ ଥିବା ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଆମେ ଛୋଟ ଦଳ ସହ ମେଣ୍ଟ କରିବୁ। କିନ୍ତୁ ମାୟାବାତୀଙ୍କ ବହୁ...
କରୋନାର ଦ୍ୱିତୀୟ ଲହର ନେଇଛି ୫୯୪ଡାକ୍ତରଙ୍କ ଜୀବନ
ନୂଆଦିଲ୍ଲୀ,୨।୬: କରୋନା ମହାମାରୀ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଦେଶରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ପୁରା ହଲାଇଦେଇଛି। ଏହି ମହାମାରୀ ଯୋଗୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ...
ଭାଜପାରେ ଫାଟ: ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ବସୁନ୍ଧରା ହଟିଲେ…
ଜୟପୁର,୧୩।୬: ରାଜସ୍ଥାନ ଭାଜପାରେ ଧୀରେ ଧୀରେ ଫାଟ ବଢ଼ିବାରେ ଲାଗିଛି। ଗତ ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ପୂର୍ବତନ ମୁଖ୍ୟମନ୍ତ୍ରୀ...
ତଥ୍ୟ ଦେଲେ ୮୦୦ ଓଟିଟି ପ୍ଲାଟଫର୍ମ
ନୂଆଦିଲ୍ଲୀ, ୧୪।୬: ଭିଡିଓ ଷ୍ଟ୍ରିମିଂ ସେବା ପ୍ରଦାନକାରୀ ନେଟ୍ଫ୍ଲିକ୍ସ, ହଟ୍ଷ୍ଟାର ଭଳି ୮୦୦ରୁ ଊର୍ଦ୍ଧ୍ୱ ଓଭର ଦି ଟପ୍ (ଓଟିଟି) ପ୍ଲାଟଫର୍ମ ଏବଂ ଡିଜିଟାଲ ନ୍ୟୁଜ୍...
କରୋନା ଆକ୍ରାନ୍ତ ଛୋଟପିଲାଙ୍କ ପାଇଁ ମାର୍ଗଦର୍ଶିକା ଜାରି: ରେମଡେସିଭିର ବ୍ୟବହାର ମନା…
ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା...
ପରକୀୟା ପ୍ରୀତି ଥିଲେ ବି ମା’ ନେଇପାରିବେ ପିଲାଙ୍କ ଦାୟିତ୍ୱ
ଚଣ୍ଡିଗଡ଼, ୪ା୬: ପରକୀୟା ପ୍ରୀତି ଥିଲେ ବି ଜଣେ ମହିଳା ଭଲ ମା’ ନୁହନ୍ତି ବୋଲି ସିଦ୍ଧାନ୍ତ ହୋଇପାରିବ ନାହିଁ। ଏହି ଆଧାରରେ ସନ୍ତାନର ସୁରକ୍ଷା...
ଭାକ୍ସିନ୍ ନେଲେ ମିଳୁଛି ଫ୍ରିଜ୍ ସହିତ ଅନ୍ୟ ଦାମିକା ଉପହାର…
ଇନ୍ଦୋର,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶର ସ୍ବଚ୍ଛ ସହର ତାଲିକାରେ ଶୀର୍ଷରେ...


