ନୂଆଦିଲ୍ଲୀ,୫।୬: ଦେଶରେ ପ୍ରଚଳିତ ଆଇଟି ନିୟମର ପାଳନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଟୁଇଟର୍କୁ ଶେଷ ଚେତାବନୀ ଦିଆଯାଇଛି। ନୂଆ ନିୟମ ପାଳନ ନ କଲେ ପରିଣାମ ଭୋଗିବାକୁ ପଡ଼ିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଭାରତରେ ପ୍ରଚଳିତ ଆଇଟି ଅଧିନିୟମ ୨୦୦୦ର ଧାରା ୭୯ର ପ୍ରତିପାଳନ ନ କରାଗଲେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଏବଂ ପରିଣାମ ପାଇଁ ଟୁଇଟର ଉତ୍ତରଦାୟୀ ରହିବ ବୋଲି ସରକାରଙ୍କ ପକ୍ଷରୁ ସୂଚିତ କରାଯାଇଛି। ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଏବଂ ଆର୍ଏସ୍ଏସ୍ ପ୍ରମୁଖ ମୋହନ ଭାଗଓ୍ବତ୍ଙ୍କ ଟୁଇଟର ଆକାଉଣ୍ଟରୁ ବ୍ଲୁ ଟିକ୍ ହଟାଯିବା ପରେ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଉପରାଷ୍ଟ୍ରପତିଙ୍କ ଆକାଉଣ୍ଟ ଭେରିଫାଏ ପରେ ବ୍ଲୁ ଟିକ୍ ରିଷ୍ଟୋର କରାଯାଇଥିବା ଟୁଇଟର ପକ୍ଷରୁ ସଫେଇ ଦିଆଯାଇଛି। ତେବେ ଆଇଟି ଆଇନକୁ ପାଳନ କରିବା ନେଇ ଭାରତ ସରକାର ଦୃଢ଼ ଆଭିମୁଖ୍ୟ ଗ୍ରହଣ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.