Categories: ଜାତୀୟ

ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି: ନେତାନ୍ୟାହୁଙ୍କୁ ବି କଲେ ପ୍ରଶଂସା

ନୂଆଦିଲ୍ଲୀ,୧୪।୬: ଦକ୍ଷିଣପନ୍ଥୀ ୟାମିନା ପାର୍ଟି ନେତା ନାଫ୍‌ଟାଲି ବେନେଟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦୀ ଟୁଇଟ୍‌ କରି କହିଛନ୍ତି ଯେ, ଇସ୍ରାଏଲର ପ୍ରଧାନମନ୍ତ୍ରୀ ହୋଇଥିବାରୁ ନାଫ୍‌ଟାଲି ବେନେଟଙ୍କୁ ଅଭିନନ୍ଦନ। ଆସନ୍ତା ବର୍ଷ ଆମର କୂଟନୈତିକ ସମ୍ପର୍କକୁ ନବୀକରଣ କରିବାର ୩୦ ବର୍ଷ ପୂରଣ କରୁଛୁ ଏବଂ ମୁଁ ଏହି ଅବସରରେ ଆପଣଙ୍କୁ ଭେଟିବାକୁ ଏବଂ ଦୁଇ ଦେଶ ମଧ୍ୟରେ ରଣନୀତିକ ଭାଗିଦାରୀକୁ ଆହୁରି ଦୃଢ କରିବାକୁ ଅପେକ୍ଷା କରିଛି।
ରବିବାର ବେନେଟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହା ସହିତ ୧୨ ବର୍ଷ ଧରି ପ୍ରଧାନମନ୍ତ୍ରୀ ପଦରେ ରହିଥିବା ବେଞ୍ଜାମିନ ନେତାନ୍ୟାହୁଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ମୋଦି ପୂର୍ବତନ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ ପ୍ରଶଂସା କରିବା ସହ ଭାରତ-ଇସ୍ରାଏଲ ରଣନୀତିକ ଭାଗିଦାରୀ ଉପରେ ବ୍ୟକ୍ତିଗତ ଭାବେ ଧ୍ୟାନ ଦେଇଥିବାରୁ ତାଙ୍କ ନେତୃତ୍ୱକୁ ଧନ୍ୟବାଦ ଜଣାଇଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.