E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

କୋଭିଶିଲ୍ଡ୍‌ ଡୋଜ୍‌ ଯୋଗୁ ଶରୀରରେ ଅଧିକ ଆଣ୍ଟିବଡ଼ି ସୃଷ୍ଟି ହେଉଛି…
10:31 amJune 7, 2021

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ଦେଶରେ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌ ସହିତ ସିରମ୍‌ ଇନଷ୍ଟିଚ୍ୟୁଟ ଦ୍ୱାରା ତିଆରି ହୋଇଥିବା କୋଭିଶିଲ୍ଡ ଟିକା ଲୋକଙ୍କୁ ଦିଆଯାଉଛି। ତେବେ କୋଭାକ୍ସିନ୍‌ ତୁଳନାରେ କୋଭିଶିଲ୍ଡ ଡୋଜ୍‌ ଯୋଗୁ ଶରୀରରେ ଅଧିକ ଆଣ୍ଟିବିଡ଼ି ସୃଷ୍ଟି ହେଉଛି। ଏନେଇ କରାଯାଇଥିବା ଏକ ଗବେଷଣା ରିପୋର୍ଟ ଏହା ଉଲ୍ଲେଖ କରାଯାଇଛି। ଟିକାର ପ୍ରଥମ ଡୋଜ୍‌ ନେଇଥିବା ଲୋକଙ୍କ ଉପରେ ପରୀକ୍ଷା କରାଯାଇ ଏହା ଜଣାପଡ଼ିଛି। ସେରୋପଜିଟିଭ୍‌ ରେଟ୍‌ ଏବଂ ଆଣ୍ଟି ସ୍ପାଇକ୍‌ ଆଣ୍ଟିବଡ଼ି ସଂଖ୍ୟା କୋଭିଶିଲ୍ଡ ଡୋଜ୍‌ ନେଇଥିବା ବ୍ୟକ୍ତିଙ୍କଠାରେ ଅଧିକ ସୃଷ୍ଟି ହେଉଥିବା ସମ୍ପର୍କରେ କରୋନା ଭାଇରସ୍‌ ଭାକ୍ସିନ୍‌ ଇଣ୍ଡ୍ୟୁସ୍ଡ ଆଣ୍ଟିବଡ଼ି ଟାଇଟ୍ରି (କୋଭାଟ୍‌)ଦ୍ୱାରା ହୋଇଥିବା ଗବେଷଣା ରିପୋର୍ଟରେ ଦର୍ଶାଯାଇଛି। କୋଭାକ୍ସିନ୍‌ ଏବଂ କୋଭିଶିଲ୍ଡ୍‌ ଟିକାର ଦୁଇଟି ଡୋଜ୍‌ ନେବା ଦ୍ୱାରା ଶରୀରର ରୋଗପ୍ରତିରୋଧକ ଶକ୍ତି ଉପରେ ଭଲ ପ୍ରଭାବ ପଡୁଛି। ତେବେ କୋଭିଶିଲ୍ଡ ଯୋଗୁ ସେରୋପଜିଟିଭ୍‌ ରେଟ୍‌ରେ ବୃଦ୍ଧି ଘଟୁଥିବା ରିପୋର୍ଟରେ କୁହାଯାଇଛି। ୫୫୨ ଜଣ ସ୍ବାସ୍ଥ୍ୟକର୍ମୀଙ୍କୁ କୋଭାକ୍ସିନ୍‌ ଏବଂ କୋଭିଶିଲ୍ଡ୍‌ ଟିକା ଦିଆଯାଇଥିଲା। ସେଥିମଧ୍ୟରେ ୩୨୫ ପୁରୁଷ ଏବଂ ୨୨୭ ମହିଳା ସ୍ବାସ୍ଥ୍ୟକର୍ମୀ ଥିଲେ। ସେମାନଙ୍କ ମଧ୍ୟରୁ ୪୫୬ଜଣଙ୍କୁ କୋଭିଶିଲ୍ଡ ଏବଂ ୯୬ ଜଣଙ୍କୁ କୋଭାକ୍ସିନ୍‌ର ପ୍ରଥମ ଡୋଜ୍‌ ଦିଆଯାଇ ଥିଲା। ଟିକା ନେବା ଦ୍ୱାରା ହାରାହାରି ୭୯.୩ ପ୍ରତିଶତ ସିରୋପଜିଟିଭ୍‌ ରେଟ୍‌ ରହିଥିଲା। କୋଭିଶିଲ୍ଡ୍‌ର ଡୋଜ୍‌ ଯୋଗୁ ୮୬.୮ ପ୍ରତିଶତ ଆଣ୍ଟି ସ୍ପାଇକ୍‌ ଆଣ୍ଟିବଡ଼ି ସୃଷ୍ଟି ହୋଇଥିବାବେଳେ କୋଭାକ୍ସିନ୍‌ ଯୋଗୁ ୪୩.୮ ପ୍ରତିଶତ ଆଣ୍ଟି ସ୍ପାଇକ୍‌ ଆଣ୍ଟିବଡ଼ି ଶରୀରରେ ତିଆରି ହୋଇଥିବାର ଦେଖାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ରାଜ୍ୟରେ ଜନ୍ମନେଲା ସବୁଠୁ ଓଜନିଆ ଶିଶୁ, ଓଜନ ଜାଣିଲେ..

ଗୌହାଟୀ,୨୦ା୬: ଆସାମର କଛର ଜିଲାରେ ଜଣେ ମହିଳା ୫.୨ କିଲୋଗ୍ରାମ ଓଜନର ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଡାକ୍ତରମାନେ ଏହି ନବଜାତକକୁ ରାଜ୍ୟର ସବୁଠୁ ଓଜନିଆ...

ବିଧାୟକ ପାଣ୍ଠି ସଂଶୋଧନ କର

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍‌ଏଲ୍‌ଏ ଲ୍ୟାଡ୍‌ ଫଣ୍ଡ)କୁ କୋଭିଡ୍‌ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍‌ଲାଇନରେ ଆବଶ୍ୟକ ସଂଶୋଧନ...

ମନି ଲଣ୍ଡରିଂ ମାମଲା: ସମନ ସତ୍ତ୍ୱେ ଇଡି କାର୍ଯ୍ୟାଳୟରେ ପହଞ୍ଚିଲେନି ଅନୀଲ

ମୁମ୍ବାଇ,୨୬।୬: ମନି ଲଣ୍ଡରିଂ ମାମଲାରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀଙ୍କ ମୁମ୍ବାଇ ଓ ନାଗପୁର ସ୍ଥିତ ବାସଭବନରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିଲା। ଏହି ଚଢ଼ାଉ...

ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା କଲେ ଏମିତି ହୃଦୟଥରା କାମ

ଜବଲପୁର,୧୩।୬: ମଧ୍ୟପ୍ରଦେଶର ଜବଲପୁରରେ ଏକ ଅଭାବାନୀୟ ଘଟଣା ଘଟିଛି। ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା ଏକ ହୃଦୟଥରା କାଣ୍ଡ କରିଛନ୍ତି। ନିଜ...

ଦିନକୁ ଦିନ ବଢ଼ୁଛି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୨ ଜୀବନ

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

ଖୁସି ଖବର: ବିଟା-ଡେଲ୍ଟା ଭାରିଆଣ୍ଟ୍‌ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି କୋଭାକ୍ସିନ୍‌…

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ସାଲାଡ ପାଇଁ ସ୍ତ୍ରୀଙ୍କୁ ହତ୍ୟା

ଲକ୍ଷ୍ନୌ,୨।୬ : ରାତ୍ରି ଭୋଜନରେ ସାଲାଡ ଦେବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ ବେଲଚାରେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ଉତ୍ତର ପ୍ରଦେଶର ଶାମଲି ଜିଲାର...

ଜୁନ୍‌ ୧୫ରୁ ମାସ୍କ ଫ୍ରି ହେବ ଏହି ଦେଶ, ଡିସେମ୍ବରରେ ଆରମ୍ଭ ହୋଇଥିଲା ଟିକାକରଣ

ଜେରୁଜେଲମ,୯ା୬: କରୋନା ଅବଧି ସମୟରେ ଇସ୍ରାଏଲ ବିଶ୍ୱର ପ୍ରଥମ ମାସ୍କ ମୁକ୍ତ ଦେଶ ହେବ। ଏଠାରେ ବନ୍ଦ ସ୍ଥାନରେ ମାସ୍କ ପ୍ରୟୋଗ କରିବାର ନିୟମ ଜୁନ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିଦ୍ୟୁତ୍‌ ଆଘାତରେ ଦନ୍ତାହାତୀର ଜୀବନ ଗଲା
Next Post Next post:
ମା’ ହେବାକୁ ଯାଉଛନ୍ତି ନୁଶ୍‌ରତ୍‌! ସ୍ବାମୀ କହିଲେ ଜାଣିନି, ୬ ମାସ ହେବ ମୁଁ ଅଲଗା ରହୁଛି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts