ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଛି। ସେପ୍ଟେମ୍ବର କିମ୍ବା ଅକ୍ଟୋବର ବେଳକୁ ତୃତୀୟ ଲହର ଆସିପାରେ ବୋଲି ଆଶଙ୍କା କରି ରାଜ୍ୟ ସରକାର ଏବେଠୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ତେବେ ଏହି ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବା ସମ୍ଭାବନା ରହିଛି। ଶିଶୁଙ୍କ ଚିକିତ୍ସା ଅନ୍ୟ ରୋଗୀଙ୍କଠାରୁ ଭିନ୍ନ ଥିବାରୁ ଅଧିକ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର।
ସେପଟେ ଶିଶୁଙ୍କଠାରେ କରୋନା ଲକ୍ଷଣ ଦେଖାଦେଲେ କ’ଣ କରିବାକୁ ପଡ଼ିବ ସେ ନେଇ ପରାମର୍ଶ ଦେଇଛନ୍ତି ଶିଶୁରୋଗ ବିଶେଷଜ୍ଞ। ଜାତୀୟ ସ୍ବାସ୍ଥ୍ୟ ମିଶନ ଓଡ଼ିଶାର ଶିଶୁରୋଗ ବିଶେଷଜ୍ଞ ଡା. ଆଦିତ୍ୟ କୁମାର ପାତ୍ର କହିଛନ୍ତି, ୨ ବର୍ଷରୁ କମ୍ ସଂକ୍ରମିତ ଶିଶୁକୁ ମାସ୍କ ପିନ୍ଧାଇବା ଆବଶ୍ୟକ ନାହିଁ। ୨ରୁ ୫ ବର୍ଷ ପର୍ଯ୍ୟନ୍ତ ଶିଶୁ ଯଦି ମାସ୍କ ପିନ୍ଧି ପାରୁଛି, ତେବେ ପିନ୍ଧାନ୍ତୁ। ଶିଶୁର ଶ୍ୱାସକ୍ରିୟା ଦେଖି ଅଭିଭାବକ ହସ୍ପିଟାଲରେ ଭର୍ତ୍ତି କରିପାରିବେ। ୨ ମାସରୁ କମ୍ ଦିନର ପିଲା ମିନିଟ୍କୁ ୬୦ରୁ ଅଧିକ ନିଃଶ୍ୱାସ ନେଲେ ବିପଦ। ସେହିପରି ୨ମାସରୁ ୧ ବର୍ଷ ପିଲା ୫୦ରୁ ଅଧିକ, ୧ରୁ ୫ ବର୍ଷ ପିଲା ୪୦ରୁ ଅଧିକ ନିଃଶ୍ୱାସ ନେଲେ ବିପଦ ବୋଲି କହିଛନ୍ତି ଡାକ୍ତର ମହାପାତ୍ର। ସେହିଭଳି ୫ ବର୍ଷରୁ ଅଧିକ ବୟସର ପିଲା ମିନିଟ୍କୁ ୩୦ରୁ ଅଧିକ ନିଃଶ୍ୱାସ ନେଉଥିଲେ ମଧ୍ୟ ବିପଦ। ନିଃଶ୍ୱାସ ନେବାବେଳେ କୁନ୍ଥେଇଲେ କିମ୍ବା ନିସ୍ତେଜ ହେଲେ ଏହା ଏକ ବିପଦ ସଙ୍କେତ ବୋଲି ବୁଝିବାକୁ ହେବ। ଶିଶୁଙ୍କ କ୍ଷେତ୍ରରେ ଏଭଳି ଲକ୍ଷଣ ଦେଖିଲେ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରିବା ଜରୁରୀ ବୋଲି ସେ ପରାମର୍ଶ ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଗର୍ଭାବସ୍ଥାରେ ଯଦି କୌଣସି ମା’ ସଂକ୍ରମିତ ହୁଏ, ତା’ଠାରୁ ଛୁଆ ସଂକ୍ରମିତ ହେବ ନାହିଁ। ପିଲା ଜନ୍ମବେଳେ ସାବଧାନ ରହିଲେ, ମା’ଠାରୁ ଛୁଆ ସଂକ୍ରମିତ ହେବ ନାହଁି। ପ୍ରସବବେଳେ ଆବଶ୍ୟକ ସତର୍କତାମୂଳକ ପଦକ୍ଷେପ ନେବା ଜରୁରୀ ବୋଲି ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ପରାମର୍ଶ ଭିତ୍ତିକ କାର୍ଯ୍ୟକ୍ରମରେ ଡା. ମହାପାତ୍ର କହିଛନ୍ତି।
କିମ୍ସ ହସ୍ପିଟାଲର ପ୍ରଫେସର ଡା. ସେବା ରଞ୍ଜନ ବିଶ୍ୱାଳ କହିଛନ୍ତି, ବର୍ତ୍ତମାନ ପରିସ୍ଥିତିରେ ଜ୍ୱର, କାଶ, ଥଣ୍ଡା ଓ ନାକରୁ ପାଣି ବୋହିଲେ ଡାକ୍ତରଙ୍କ ପରାମର୍ଶ ନିତାନ୍ତ ଜରୁରୀ। କୌଣସି କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ଟେଷ୍ଟ କରାନ୍ତୁ। ଲକ୍ଷଣ ନ ଥିବା ଆକ୍ରାନ୍ତ ଶିଶୁକୁ କିଛି ଔଷଧ ଦେବା ଆବଶ୍ୟକ ନାହିଁ। ସ୍ବଳ୍ପ ଲକ୍ଷଣଙ୍କୁ ପାରାସିଟାମଲ ଓ ଗୁରୁତର ଆକ୍ରାନ୍ତଙ୍କୁ ହସ୍ପିଟାଲ ଭର୍ତ୍ତି କରିବା ଜରୁରୀ। ତେବେ ଶିଶୁମାନଙ୍କ ଫୁସ୍ଫୁସ୍ ଅପେକ୍ଷାକୃତ ସୁସ୍ଥ ଥିବାରୁ ଗୁରୁତର ସମ୍ଭାବନା କମ୍ ରହିଛି। ଶିଶୁଙ୍କ ବହୁବିଧ ରୋଗ ପ୍ରାୟତଃ ନ ଥିବାରୁ ଗୁରୁତର ହୁଅନ୍ତି ନାହିଁ। ଘରର ବଡ଼ ଲୋକଙ୍କ ପାଇଁ ଶିଶୁମାନେ ସଂକ୍ରମିତ ହୋଇଥାନ୍ତି। ବଡ଼ ଲୋକ ଘରକୁ ଫେରିଲେ ସାନିଟାଇଜ ହୋଇ ପିଲାଙ୍କ ପାଖକୁ ଯାଆନ୍ତୁ ବୋଲି ଡା. ବିଶ୍ୱାଳ ପରାମର୍ଶ ଦେଇଛନ୍ତି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ
କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର...
ଗତ ୨୪ ଘଣ୍ଟାରେ ୭୪ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ
ଚଣ୍ଡିଗଡ଼,୪।୬: ହରିଆଣାରେ ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪ ନୂଆ ବ୍ଲାକ୍ ଫଙ୍ଗସ୍...
୨୨ରୁ ପ୍ରବଳ ବର୍ଷା
ଭୁବନେଶ୍ୱର,୨୧ା୬(ବ୍ୟୁରୋ): ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଆସନ୍ତା ୨୨ ତାରିଖରୁ ପ୍ରବଳ ବର୍ଷା ହେବାନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିପାଇଁ ବିଭିନ୍ନ ଜିଲାକୁ...
ଭାକ୍ସିନ୍ ମାଗିଲା ଡବ୍ଲ୍ୟୁଏଚ୍ଓ, ଡେଲ୍ଟା ଭାରିଆଣ୍ଟ୍ ନେଇ ଦେଲା ଚେତାବନୀ…
ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ...
ଖୋଲା ରହିବ କୃଷି ଉପକରଣ ଦୋକାନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): କୃଷି ଏବଂ କୃଷି ଆନୁଷଙ୍ଗିକ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ସାଧାରଣ ସମୟ ଭଳି ଖୋଲା ରହିବ। ଉଭୟ ଲକ୍ଡାଉନ ଏବଂ ଶଟ୍ଡାଉନ ସମୟରେ ବିହନ, ସାର,...
ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗଲାଣି କଥା, ତଥାପି ସେଲୁନ ଖୋଲିବାକୁ ମିଳୁନି ଅନୁମତି
ବରଗଡ଼ ଅଫିସ୍,୨୪।୬: କରୋନାର ଦ୍ୱିତୀୟ ସଂକ୍ରମଣ ଆରମ୍ଭ ପରେ ରାଜ୍ୟ ସରକାର ସେଲୁନ, ବିୟୁଟି ପାର୍ଲର ଖୋଲିବା ଉପରେ କଟକଣା ଜାରି କରିଥିଲେ। ଏହି କଟକଣା...
ଶ୍ରୀମନ୍ଦିର ହେବ ଆଲୋକୀକରଣ
ପୁରୀ ଅଫିସ,୧୬।୬: ଶ୍ରୀମନ୍ଦିରକୁ ଆଲୋକୀକରଣ କରାଯିବ। ରଙ୍ଗବେରଙ୍ଗ ଆଲୋକରେ ଶ୍ରୀମନ୍ଦିର ଚୂଡ଼ାରୁ ତଳ ଭାଗ ପର୍ଯ୍ୟନ୍ତ ଝଲସିବ। ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)ର ପାଞ୍ଚଜଣିଆ...
ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ତାଣ୍ଡବ ରଚିବା ଆଶଙ୍କା …
ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା...


