ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ବୁଧବାର ରାଜ୍ୟରେ ୩,୫୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ସାମାନ୍ୟ ବୃଦ୍ଧି ହୋଇଛି। ଗୁରୁବାର ରାଜ୍ୟରେ ୩,୬୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୨,୦୬୯ କ୍ୱାରାଣ୍ଟାଇନ୍ରୁ ହୋଇଥିବା ବେଳେ ୧,୫୬୨ଲୋକାଲ କେସ୍ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୫୦୬ ଓ କଟକରୁୁ ୪୩୮ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୨୦୪, ବାଲେଶ୍ୱର ୨୬୨, ବରଗଡ଼ ୫୦, ଭଦ୍ରକ ୧୭୮, ବଲାଙ୍ଗୀର ୩୬, ବୌଦ୍ଧ ୮୪, ଦେବଗଡ଼ ୨୮, ଢ଼େଙ୍କାନାଳ ୧୧୪, ଗଜପତି ୧୮, ଗଞ୍ଜାମ ୨୭, ଜଗତସିଂହପୁର ୯୨, ଯାଜପୁର ୩୦୫, ଝାରସୁଗୁଡ଼ା ୧୯, କଳାହାଣ୍ଡି ୪୧, କନ୍ଧମାଳ ୪୮, କେନ୍ଦ୍ରାପଡ଼ା ୧୨୦, କେନ୍ଦୁଝର ୬୮, କୋରାପୁଟ ୮୦, ମାଲକାନଗିରି ୫୬, ମୟୁରଭଞ୍ଜ ୧୧୨, ନବରଙ୍ଗପୁର ୧୦୮, ନୟାଗଡ଼ ୧୦୬, ନୂଆପଡ଼ା ୧୯, ପୁରୀ ୧୯୯, ରାୟଗଡ଼ା ୭୯, ସମ୍ବଲପୁର ୩୭, ସୁବର୍ଣ୍ଣପୁର ୫୦, ସୁନ୍ଦରଗଡ଼ ୮୩ ଓ ଷ୍ଟେଟ ପୁଲରୁ ୬୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୬,୬୯୨ରେ ପହଞ୍ଚିଛି। ସେଥିମଧ୍ୟରୁ ୮,୧୭,୩୫୯ଜଣ ସୁସ୍ଥ ହୋଇଥିବା ବେଳେ ୪୫,୮୦୯ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.