ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର ରାଜ୍ୟରେ ୮,୩୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗରୁବାର ଏହି ସଂଖ୍ୟାରେ ସାମାନ୍ୟ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮,୮୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୪,୯୪୮ କ୍ୱାରାଣ୍ଟାଇନ୍ରୁ ହୋଇଥିବା ବେଳେ ୩,୮୯୧ ଲୋକାଲ କେସ୍ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୨୩୫, କଟକରୁୁ ୭୬୯ ଓ ମୟୁରଭଞ୍ଜରୁ ୫୮୩ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୪୧୪, ବାଲେଶ୍ୱର ୩୯୫, ବରଗଡ଼ ୧୯୩, ଭଦ୍ରକ ୪୧୯, ବଲାଙ୍ଗୀର ୮୯, ବୌଦ୍ଧ ୧୭୯, ଦେବଗଡ଼ ୮୪, ଢ଼େଙ୍କାନାଳ ୫୧୦, ଗଜପତି ୫୨, ଗଞ୍ଜାମ ୧୯୬, ଜଗତସିଂହପୁର ୩୧୭, ଯାଜପୁର ୪୯୩, ଝାରସୁଗୁଡ଼ା ୧୨୧, କଳାହାଣ୍ଡି ୧୪୫, କନ୍ଧମାଳ ୫୮, କେନ୍ଦ୍ରାପଡ଼ା ୩୦୨, କେନ୍ଦୁଝର ୧୮୮, କୋରାପୁଟ ୯୯, ମାଲକାନଗିରି ୮୫, ନବରଙ୍ଗପୁର ୧୨୯, ନୟାଗଡ଼ ୨୪୬, ନୂଆପଡ଼ା ୩୪, ପୁରୀ ୪୩୮, ରାୟଗଡ଼ା ୨୧୬, ସମ୍ବଲପୁର ୧୯୪, ସୋନପୁର ୧୧୮, ସୁନ୍ଦରଗଡ଼ ୩୩୮ ଓ ଷ୍ଟେଟ ପୁଲରୁ ୨୦୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୯୦,୯୭୦ରେ ପହଞ୍ଚିଛି। ସେଥିମଧ୍ୟରୁ ୭,୦୨,୬୨୧ଜଣ ସୁସ୍ଥ ହୋଇଥିବା ବେଳେ ୮୫,୪୨୩ ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.