Categories: ଜାତୀୟ

ଘରର ପୁଅ ଘରକୁ ଫେରିଲେ: ମମତା

କୋଲକାତା,୧୧।୬: ପଶ୍ଚିମବଙ୍ଗରେ ନିର୍ବାଚନ ହାରିବା ପରେ ଭାଜପାକୁ ପୁଣି ଥରେ ଏକ ବଡ଼ ଝଟ୍‌କା ଲାଗିଛି। ଭାଜପାର ବରିଷ୍ଠ ନେତା ମୁକୁଲ ରୟ ପୁଅ ଶୁଭ୍ରାଂଶୁଙ୍କ ସହ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ସାମିଲ ହୋଇଛନ୍ତି। ପ୍ରାୟ ୪ବର୍ଷ ପରେ ମୁକୁଲ ଓ ପୁଅ ଶୁଭ୍ରାଂଶୁ ଶୁକ୍ରବାର ତୃଣମୂଳ ଭବନରେ ଦଳର ସଦସ୍ୟତା ଗ୍ରହଣ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଏମ୍‌ପି ଅଭିଷେକ ବାନାର୍ଜୀ ମଧ୍ୟ ଉପସ୍ଥିତ ଥିଲେ। ଏମ୍‌ପି ଅଭିଷେକ ବାନାର୍ଜୀ ତାଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ଦଳରେ ସ୍ବାଗତ କରିଥିଲେ। ଏହି ଅବସରରେ ମମତା କହିଛନ୍ତି, ଆଜି ଘରର ପୁଅ ଘରକୁ ଫେରିଛି। ମୁକୁଲ ସହ କୌଣସି ମତଭେଦ ନାହିଁ। ଯେଉଁମାନେ ଦଳ ବିରୋଧୀ କାର୍ଯ୍ୟ କରିଛନ୍ତି, ସେମାନଙ୍କର ଦଳରେ ଫେରିବା ଅସମ୍ଭବ ବୋଲି ମମତା କହିଛନ୍ତି। ଅନ୍ୟପଟେ ଦଳକୁ ଫେରି ମୁକୁଲ ଖୁସିବ୍ୟକ୍ତ କରିବା ସହ ମମତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.