E-Paper
  • logo
  • Monday 26th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅପରାଧ, ଆମ ଜିଲା ଖବର, କଟକ

ପରକୀୟା ପ୍ରୀତି ପାଇଁ ହତ୍ୟା
9:30 amJune 21, 2021June 27, 2021

କଟକ ଅଫିସ,୨୧।୬: ପରକୀୟା ପ୍ରୀତି ମହଙ୍ଗା ପଡ଼ିଲା। ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କ ପ୍ରେମିକଙ୍କୁ ସ୍ବାମୀ ଏକ ଛୁରିରେ ହତ୍ୟା କରିଛନ୍ତି। ଏଥିସହ ଆକ୍ରମଣରେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଶନିବାର ବିଳମ୍ବିତ ରାତିରେ କଟକ କଲେଜ ଛକରେ ଏଭଳି ଏକ ହତ୍ୟାକାଣ୍ଡ ଘଟିଛି। ମୃତକ ହେଉଛନ୍ତି ଜଗତ୍‌ସିଂହପୁର ଜିଲା ରାହାମା ଅଞ୍ଚଳର ସନାତନ ଦାସ(୪୦)। ଅଭିଯୁକ୍ତ କାଳିଆ ଓରଫ କାଳନ୍ଦୀ ବିଶ୍ୱାଳଙ୍କୁ ପୋଲିସ ଗିରଫ କରିଥିବାବେଳେ ତାଙ୍କ ସ୍ତ୍ରୀଙ୍କୁ ଏସ୍‌ସିବି ହସ୍ପିଟାଲରେ ଭର୍ତ୍ତି କରିଛି।
ପୋଲିସ ସୂଚନା ମୁତାବକ, କାଳିଆ ଓ ତାଙ୍କ ସ୍ତ୍ରୀ ଦିନମଜୁରିଆ ହୋଇଥିବା ବେଳେ ସିଡିଏ-୧୩ ବସ୍ତି ଅଞ୍ଚଳରେ ରହୁଥିଲେ। ଏହି ଦମ୍ପତିଙ୍କ ଏକ ବର୍ଷକର ଝିଅ ଥିଲା। ୧୫ଦିନ ତଳେ ଉଭୟଙ୍କ ମଧ୍ୟରେ ଝଗଡ଼ା ହେବାରୁ ସ୍ତ୍ରୀ ତାଙ୍କ ପ୍ରେମିକ ସନାତନଙ୍କ ନିକଟକୁ ଚାଲିଆସି କଲେଜ ଛକ ଅଞ୍ଚଳରେ ରହୁଥିଲେ। କାଳିଆ ଏହାକୁ ସହ୍ୟ କରିପାରି ନ ଥିଲେ। ସେହିପରି ୫ଦିନ ତଳେ ଝିଅର ସ୍ବାସ୍ଥ୍ୟ ଖରାପ ହେବାରୁ ତା’ର ମୃତ୍ୟୁ ଘଟିଥିଲା। ଏନେଇ କାଳିଆଙ୍କ କ୍ରୋଧ ବଢିଯାଇଥିଲା ଓ ସେ ସ୍ତ୍ରୀଙ୍କୁ ହତ୍ୟା ଧମକ ଦେଇଥିଲେ। ଶନିବାର ବିଳମ୍ବିତ ରାତିରେ କଲେଜ ଛକର ଏକ ଦୋକାନ ବାରଣ୍ଡାରେ ସନାତନ ଓ ସମ୍ପୃକ୍ତ ମହିଳା ଶୋଇଥିବାବେଳେ କାଳିଆ ସେମାନଙ୍କୁ ଛୁରିରେ ଆକ୍ରମଣ କରିଥିଲେ। ସନାତନଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବାରୁ ଘଟଣାସ୍ଥଳରେ ତାଙ୍କର ଜୀବନ ଚାଲିଯାଇଥିଲା। ରବିବାର ସକାଳେ କଟକ ଡିସିପି ପ୍ରତୀକ ସିଂ, ଏସିପି ଅମରେନ୍ଦ୍ର ପଣ୍ଡା, ମାଲଗୋଦାମ ଥାନା ଅଧିକାରୀ ତୃପ୍ତିରଞ୍ଜନ ନାୟକ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଥିଲେ। ତଦନ୍ତ ସମୟରେ ମାଲଗୋଦାମ ଥାନା ପୋଲିସ ସୂଚନା ପାଇ ଅଭିଯୁକ୍ତ କାଳିଆଙ୍କୁ ସିଡିଏ ବସ୍ତି ଅଞ୍ଚଳରୁ ଗିରଫ କରିଥିଲା। ପରେ ମାଲଗୋଦାମ ଥାନା ପୋଲିସ ତାଙ୍କୁ ହତ୍ୟାକାଣ୍ଡସ୍ଥଳକୁ ନେଇ ସିନ୍‌ ରିକ୍ରିଏଟ କରାଇଛି। ଅଭିଯୁକ୍ତ ନିଜ ଦୋଷ ସ୍ବୀକାର କରିବା ସହ ସମସ୍ତ କଥା ପୋଲିସ ଆଗରେ ବଖାଣିଛନ୍ତି। ଏନେଇ ଆଇପିସି ଦଫା ୩୦୨, ୩୦୭ ଅନୁଯାୟୀ କେସ୍‌ ନଂ. ୧୩୧/୨୧ ରୁଜୁ କରାଯିବା ସହ ତଦନ୍ତ ଜାରି ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଅପରାଧ, ଆମ ଜିଲା ଖବର, କଟକ View All

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ, ୩।୬: ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଆଗେଇ ଚାଲିଛି। ବୁଧବାର ରଥଯାତ୍ରା ପାଇଁ ତିନିରଥର...

୮ ବର୍ଷ ହେଲା ବନ୍ଦ ଥିବା ଷ୍ଟାଡିୟମ କାମ ଶେଷ କର

ଝାରସୁଗୁଡ଼ା ଅଫିସ,୨୩ା୬: ଏମ୍‌ସିଏଲ୍‌ ସିଏସ୍‌ଆର୍‌ ପାଣ୍ଠିରୁ ୮କୋଟି ଟଙ୍କା ବ୍ୟୟରେ ୨୦୧୩-୧୪ରୁ ଝାରସୁଗୁଡ଼ା ମାଳିମୁଣ୍ଡାଠାରେ ଷ୍ଟାଡିୟମ ନିର୍ମାଣ ଚାଲିଛି। ଅର୍ଥାଭାବରୁ ଦୀର୍ଘଦିନ ହେଲାଣି ଏହା ଅର୍ଦ୍ଧନିର୍ମିତ...

ନକଲି ଡାକ୍ତରଙ୍କ ଚିକିତ୍ସାରେ ୨ ମୃତ୍ୟୁ ଅଭିଯୋଗ

ମହାକାଳପଡ଼ା,୪।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ସୁନୀତି ପଞ୍ଚାୟତ ଓ କେବୀ ଦାଣ୍ଡୁଆ ପଞ୍ଚାୟତ...

ଡାକ୍ତରଙ୍କ ଆକାଉଣ୍ଟରୁ କାଟି ନେଲେ ୧୦ ଲକ୍ଷ

ଆଳି,୧୪।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଯୁବ ଡାକ୍ତର ବାଦଲ କୁମାର ମହାନ୍ତି ସାଇବର ଠକଙ୍କ ଶିକାର ହୋଇଛନ୍ତି। ଆଳି ଥାନା ଅନ୍ତର୍ଗତ ବଡାମ୍ବିଳା...

ଅମ୍ବାଳିଅଠା ନିକଟରେ ସିରିଜ୍‌ ଦୁର୍ଘଟଣା: ୨ ମୃତ; ଡମ୍ପର ଡ୍ରାଇଭରଙ୍କ ହାତ ଗୋଡ଼ ବାନ୍ଧିଦେଲେ ଲୋକେ

ବାଲେଶ୍ୱର ଅଫିସ, ଜଳେଶ୍ୱର(ଡି.ଏନ୍‌.ଏ.),୪।୬: ବାଲେଶ୍ୱର ଜିଲା ଜଳେଶ୍ୱର ୫୭ନଂ ରାଜ୍ୟ ରାଜପଥ ନିକଟରେ ଶୁକ୍ରବାର ଏକ ସିରିଜ୍‌ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି।...

ବିଦ୍ୟୁତ୍‌ ଆଘାତରେ ଦନ୍ତାହାତୀର ଜୀବନ ଗଲା

ଭଞ୍ଜନଗର,୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଲାଠିପଡ଼ା ବିଟ୍‌ ଢଉପଲ୍ଲୀ କାଜୁ ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି।...

ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ

କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ...

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି। ଜନ ସଚେତନତା ଅଭାବ ସାଙ୍ଗକୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏମ୍‌-ଯୋଗ ଆପ୍‌ ବହୁ ଭାଷାରେ ହେବ ଉପଲବ୍ଧ: ମୋଦି..
Next Post Next post:
୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts