ଝାରସୁଗୁଡା ଅଫିସ୍,୨୬।୬: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଲହଣ୍ଡାବୁଡ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ଫୁଟବଲ ପଡିଆରେ ସାଧାରଣ କଥାକୁ ନେଇ ଗ୍ରାମର ୨ଜଣ ବ୍ୟକ୍ତିଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ ଜଣେ ଅନ୍ୟ ଜଣଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଟାଙ୍ଗିଆ ଚୋଟରେ ପ୍ରଫୁଲ୍ଲ ଆଡେ(୪୭)ଙ୍କ ମୃତ୍ୟୁ ଘଟିଥିଲା।
ଖବରପାଇ ଏସ୍ଡିପିଓ ନିର୍ମଳ ମହାପାତ୍ର, ଆଇଆଇସି ସୁଚିସ୍ମିତା ମହାନ୍ତି ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲେ। ଏନେଇ ସଦର ଥାନା ପୋଲିସ ଏକ ହତ୍ୟା ମାମଲା(ନଂ.୧୦୫/୨୧) ରୁଜୁ କରି ଅଧିକ ତଦନ୍ତ ଚଲାଇଛି। ପୋଲିସ ଅଭିଯୁକ୍ତ ଗଣେଶ ମାଝି(୪୫)ଙ୍କୁ ଗିରଫ କରିବା ସହ ହତ୍ୟାରେ ବ୍ୟବହୃତ ଟାଙ୍ଗିଆ ଜବତ କରିଛି। ଶନିବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ମହାନ୍ତି କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.