ଭୁବନେଶ୍ୱର,୨ା୬(ବ୍ୟୁରୋ): କରୋନା ଟିକା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟିକା ସଙ୍କଟ ଦୂର ନେଇ ସମସ୍ତଙ୍କ ସହମତି ଲୋଡ଼ିଛନ୍ତି ନବୀନ। ନବୀନ ଲେଖିଛନ୍ତି, ଟିକା ପାଇଁ ପରସ୍ପର ଭିତରେ ନ ଲଢ଼ି, ଏକାଠି ଲଢ଼ିବାକୁ ହେବ। ଆମ ଲୋକଙ୍କୁ ସୁରକ୍ଷା ଦେବାର ଏକମାତ୍ର ମାଧ୍ୟମ ହେଉଛି ଟିକା।
ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଦର୍ଶାଇଛନ୍ତି ଯେ, କରୋନା ମହାମାରୀର ଦ୍ୱିତୀୟ ଲହର ପ୍ରତ୍ୟେକ ବ୍ୟକ୍ତିଙ୍କୁ ପ୍ରଭାବିତ କରିଛି। କେହି କେହି ନିଜର ପ୍ରିୟଜନଙ୍କୁ ହରାଇଛନ୍ତି, ଅନ୍ୟମାନେ ଜୀବିକା ହରାଇଛନ୍ତି ଏବଂ ଅନେକେ ବର୍ତ୍ତମାନର ପରିସ୍ଥିତି ହେତୁ ମାନସିକ ଆଘାତ ସହ ଲଢୁଛନ୍ତି।
ଟିକା କମ୍ପାନୀମାନେ କେନ୍ଦ୍ର ସରକାରଙ୍କ ଠାରୁ କ୍ଲିୟରାନ୍ସ ଚାହୁଁଛନ୍ତି। ସେମାନେ ସିଧାସଳଖ ରାଜ୍ୟ ସରକାରଙ୍କ ସହ ଚୁକ୍ତି ଚାହୁଁ ନାହାନ୍ତି। ଏଭଳି ସ୍ଥିତିରେ ଏକମାତ୍ର ବିକଳ୍ପ କେନ୍ଦ୍ର ଟିକା ଆଣି ରାଜ୍ୟକୁ ବାଣ୍ଟୁ। ସମସ୍ତଙ୍କୁ ଟିକାକରଣ ପାଇଁ ନିୟମରେ କୋହଳ ପାଇଁ ରାଜ୍ୟକୁ ଅନୁମତି ମିଳୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.