ନୂଆଦିଲ୍ଲୀ,୪।୬: ସିବିଆଇ କାର୍ଯ୍ୟାଳୟରେ ବଡ଼ ପରିବର୍ତ୍ତନ ହୋଇଛି। ଏଣିକି ସିବିଆଇ କର୍ମଚାରୀ ଫର୍ମାଲ ଲୁକ୍ରେ ନଜର ଆସିବେ। ସୂଚନାଯୋଗ୍ୟ, ନିକଟରେ କେନ୍ଦ୍ର ଯାଞ୍ଚ ବ୍ୟୁରୋ(ସିବିଆଇ)ର ନୂଆ ନିର୍ଦ୍ଦେଶକ ଭାବେ ଆଇପିଏସ୍ ସୁବୋଧ କୁମାର ଜୟସଓ୍ବାଲ ଦାୟିତ୍ୱ ଗ୍ରହଣ କରିଛନ୍ତି। ନିର୍ଦ୍ଦେଶକ ହେବା ପରେ ସୁବୋଧ ଆକ୍ସନ ମୁଡରେ ଆସିଯାଇଛନ୍ତି। ବର୍ତ୍ତମାନ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ସେ ଏକ ପ୍ରୋଟୋକଲ୍ ପ୍ରସ୍ତୁତ କରିଛନ୍ତି। ଏହି ପ୍ରୋଟୋକଲ ଅନୁସାରେ ଏଣିକି କର୍ମଚାରୀମାନେ ଜିନ୍ସ, ଟି-ଶାର୍ଟ ଓ ସ୍ପୋଟର୍ସ ଜୋତା ପିନ୍ଧି କାର୍ଯ୍ୟାଳୟକୁ ଆସିପାରିବେ ନାହିଁ। ତେବେ ଏହି ନିୟମ କେବଳ ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ନୁହେଁ ବରଂ ଦେଶର ସମସ୍ତ ଶାଖାରେ ଲାଗୁ ହେବ ବୋଲି ନିର୍ଦ୍ଦେଶକ ସୁବୋଧ କୁମାର କହିଛନ୍ତି। ସେହିପରି ପୁରୁଷ କର୍ମଚାରୀଙ୍କ ସହ ମହିଳା କର୍ମଚାରୀଙ୍କ ପାଇିଁ ମଧ୍ୟ ନିର୍ଦ୍ଦେଶ ଜାରି କରାଯାଇଛି। ମହିଳାମାନେ କେବଳ ଶାଢ଼ୀ, ସାଲଓ୍ବାର ସୁଟ କିମ୍ବା ଫର୍ମାଲ ଶାର୍ଟ ପିନ୍ଧିପାରିବେ। ସୂଚନା ମୁତାବକ ଗତ କିଛି ବର୍ଷ ହେବ ସିବିଆଇ କର୍ମଚାରୀମାନେ ଜିନ୍ସ ଓ ଟି-ଶାର୍ଟ ପିନ୍ଧି କାର୍ଯ୍ୟାଳୟକୁ ଆସୁଥିଲେ। ଯାହାକୁ ନେଇ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.