ଲଣ୍ଡନ,୧୦।୬: ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଫାଇନାଲ୍ ପୂର୍ବରୁ ନ୍ୟୁଜିଲାଣ୍ଡ ଗୋଟିଏ ପରେ ଗୋଟିଏ ଅସୁବିଧାର ସମ୍ମୁଖୀନ ହୋଇଛି। ବାମ କହୁଣୀରେ ଆଘାତ ଲାଗିବାରୁ ନ୍ୟୁଜିଲାଣ୍ଡ ଅଧିନାୟକ କେନ ୱିଲିୟମ୍ସନ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ବାଦ ପଡିଛନ୍ତି। ଏବେ ନ୍ୟୁଜିଲାଣ୍ଡ ଉଇକେଟ କିପର-ବ୍ୟାଟ୍ସମ୍ୟାନ ବିଜେ ୱାଟଲିଂ ମଧ୍ୟ ଆହତ କାରଣରୁ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ବାଦ ପଡିଛନ୍ତି। ୱାଟଲିଂଙ୍କ ସ୍ଥାନରେ ଟମ ବ୍ଲେଣ୍ଡାଲ ଉଇକେଟ କିପିଂ ଦାୟିତ୍ୱ ନେବେ। ୱାଟଲିଂ ଏବଂ କେନ ୱିଲିୟମସନଙ୍କ ବ୍ୟତୀତ ମିଚେଲ ସାଣ୍ଟନର୍ ମଧ୍ୟ ଆହତ ହୋଇଛନ୍ତି ଏବଂ ଦ୍ୱିତୀୟ ଟେଷ୍ଟରେ ଅଂଶଗ୍ରହଣ କରିବେ ନାହିଁ। ଲର୍ଡସରେ ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ସାଣ୍ଟନରଙ୍କ ଆଙ୍ଗୁଠିରେ ଆଘାତ ଲାଗିଥିଲା।
ଏଥି ସହିତ, ବାମହାତୀ ବ୍ୟାଟ୍ସମ୍ୟାନ ଟମ ଲାଥାମ ଜୁନ ୧୦ରୁ ଆରମ୍ଭ ହେଉଥିବା ଟେଷ୍ଟରେ ୱିଲିୟମସନଙ୍କ ସ୍ଥାନରେ ଅଧିନାୟକ ହେବେ। ଜୁନ ୧୮ ଠାରୁ ସାଉଥମ୍ପଟନରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ଖେଳାଯିବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.