ଭୁବନେଶ୍ୱର,୩।୬(ବ୍ୟୁରୋ): ପରଲୋକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଚେୟାରମ୍ୟାନ୍ ବିଜୟ ସାହୁ। ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ଘଟିଛି। ଏନେଇ ଗୁରୁବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ଲୋକ ସମ୍ପର୍କ ଅଧିକାରୀ ଶରତ କର ସୂଚନା ଦେଇଛନ୍ତି।
ବିଜୟ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ। ହେଲେ ପରବର୍ତ୍ତୀ ସମୟରେ ତାଙ୍କ ନିକଟରେ ଅନେକ ଜଟିଳତା ଦେଖାଦେଇଥିଲା। ଫଳରେ ସେ ଗୁରୁତର ହୋଇଯାଇଥିଲେ। ତାଙ୍କୁ ଏୟାର ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦ ନିଆଯାଇଥିଲା। ସେଠାରେ ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି। ତେବେ ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ପରିବାର, ବନ୍ଧୁ ଏବଂ ଛାତ୍ରମାନଙ୍କ ପ୍ରତି ସମବେଦନା ବ୍ୟକ୍ତ କରିଛନ୍ତି। ବିଶିଷ୍ଟ ଶିକ୍ଷାବିତ୍ ତଥା ଉଦ୍ୟୋଗୀ ବିଜୟ ସାହୁଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଭାବେ ସରକାରୀ ବିଦ୍ୟାଳୟ ଶିକ୍ଷାକୁ ପରିବର୍ତ୍ତନ କରିବାରେ ତାଙ୍କର ଅଗ୍ରଣୀ ଭୂମିକା ଥିଲା ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.