ଜେରୁଜେଲମ୍,୨୪।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ମାସ୍କ୍ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ସହିତ ନିୟମିତ ବ୍ୟବଧାନରେ ହାତଧୋଇବା ଗୁରୁତ୍ୱପୂର୍ଣ୍ଣ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗ ଦର୍ଶିକା ଜାରି କରାଯାଇଛି। ତେବେ କିଛି ଦିନ ପୂର୍ବରୁ ଇସ୍ରାଏଲ୍ ସରକାର ମାସ୍କ୍ ନ ପିନ୍ଧିବାକୁ ନିଦ୍ଦେର୍ଶ ଜାରି କରିଥିଲେ। ତେବେ କରୋନା ମହାମାରୀର ତୃତୀୟ ଲହର ଯୋଗୁ ଏବେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୪୦ ହଜାର ୨୨୫ ଛୁଇଁଛି। ସେହିପରି ମୃତକଙ୍କ ସଂଖ୍ୟା ୬ ହଜାର ୪୨୮ରେ ପହଞ୍ଚିଛି। ସରକାର ମାସ୍କ୍ ନ ପିନ୍ଧିବାକୁ ନିର୍ଦ୍ଦେଶ ଦେବାର ଏକ ସପ୍ତାହ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନଫ୍ଟାଲି ବେନେଟ୍ ଦେଶବାସୀଙ୍କ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ମାସ୍କ୍ ନ ପିନ୍ଧିବା ନିର୍ଦ୍ଦେଶ ଏକ ଭୁଲ୍ ନିଷ୍ପତ୍ତି ଥିଲା ବୋଲି ଏବେ ପ୍ରଧାନମନ୍ତ୍ରୀ ହୃଦୟଙ୍ଗମ କରୁଛନ୍ତି। ଏହାଯୋଗୁ ପୁଣି ଦେଶକୁ କରୋନା ଫେରିଥିବା କୁହାଯାଉଛି। ସୁରକ୍ଷା ଦୃଷ୍ଟିରୁ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଉପରେ କଟକଣା ଜାରି କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.