ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ କମ୍‌ ରହିଛି। ୯୧ ଦିନ ପରେ ସମାନ ସ୍ଥିତି ରହିଛି। ଏହା ପୂର୍ବରୁ ୨୨ ମାର୍ଚ୍ଚରେ ଦୈନିକ ସଂକ୍ରମଣ ସଂଖ୍ୟା ୪୦,୭୧୫ ଥିଲା। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୬୪୦ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୧,୧୬୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୮୧ ହଜାର ୪୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୬ ଲକ୍ଷ ୬୨ ହଜାର ୫୨୧ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୮ କୋଟି ୮୭ ଲକ୍ଷ ୬୬ ହଜାର ୨୦୧ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୯ କୋଟି ୪୦ ଲକ୍ଷ ୭୨ ହଜାର ୧୪୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.