ନୂଆଦିଲ୍ଲୀ,୨୨।୬: ପଶ୍ଚିମବଙ୍ଗ ବସିରହାଟ୍ ଲୋକସଭା ଆସନ ଏମ୍ପି ନୁସରତ ଜାହାଁଙ୍କ ଘର କଳି ଏବେ ସଂସଦରେ ପହଞ୍ଚିଛି। ଭାଜପା ପକ୍ଷରୁ ନୁସରତଙ୍କ ସଦସ୍ୟତା ରଦ୍ଧ ପାଇଁ ଦାବି କରାଯାଇଛି। ଭାଜପା ଏମ୍ପି ସଂଘମିତ୍ରା ମୌର୍ଯ୍ୟ ଏନେଇ ଦାବି କରିଛନ୍ତି। ନୁସରତଙ୍କ ଆଚରଣ ସାମାଜିକ ମର୍ଯ୍ୟାଦାକୁ କ୍ଷୁର୍ଣ୍ଣ କରୁଥିବା ସଂଘମିତ୍ରା ଅଭିଯୋଗ କରିଛନ୍ତି। ଏନେଇ ସଂଘମିତ୍ରା ଲୋକସଭା ବାଚସ୍ପତି ଓମ୍ ବିରଳାଙ୍କୁ ଚିଠି ଲେଖିଛନ୍ତି। ବିବାହ ସମ୍ପର୍କିତ ସୂଚନା ନେଇ ନୁସରତ ଭୋଟରଙ୍କୁ ଅନ୍ଧାରରେ ରଖିବା ସହିତ ସଂସଦର ଗାରିମାରେ କଳଙ୍କ ବୋଳି ଥିବା ସଂଘମିତ୍ରା ଚିଠିରେ ଉଲ୍ଲେଖ କରିଛନ୍ତି। ଏହି ମାମଳାକୁ ସଂସଦର ଏଥିକ୍ସ୍ କିମିଟିକୁ ପଠାଯିବା ଆବଶ୍ୟକ ବୋଲି ସେ କହିଛନ୍ତି। ଏହା ସହିତ ଯାଞ୍ଚ୍ କରାଯାଇ ନୁସରତଙ୍କ ବିରୋଧରେ ଦୃଢ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ସେ ଗୁରୁତ୍ୱାରୋପ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.