ଆଜ୍ମା ଏକ ଶ୍ୱାସଜନିତ ସମସ୍ୟା। ଏହାର ସ୍ଥାୟୀ ଉପଚାର ନାହିଁ। ତେଣୁ ନିୟମିତ ସମୟ ଅନ୍ତରାଳରେ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସିତ ହେବାକୁ ପଡ଼ିଥାଏ। ଓଜନ ବୃଦ୍ଧି ବା ମେଦବହୁଳତା ଯୋଗୁ ଏପରି ସମସ୍ୟା ଦେଖାଯିବାର ଆଶଙ୍କା ରହିଛି। ଜଣେ ଆଜ୍ମା ରୋଗୀ ନିଜ ଖାଦ୍ୟପେୟ ପ୍ରତି ଯେତିକି ସତର୍କ ରହିବା ଦରକାର ତା’ସହ ନିଜର ଓଜନ କିପରି ସନ୍ତୁଳିତ ରହିବ ସେ ନେଇ ଦୃଷ୍ଟି ଦେବା ଆବଶ୍ୟକ ବୋଲି ଲଣ୍ଡନ ୟୁନିଭର୍ସିଟିର ଛାତିରୋଗ ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏହି ରୋଗୀ ନିଜ ଖାଦ୍ୟ ତାଲିକାରେ ପ୍ରୋଟିନ୍ଯୁକ୍ତ ଖାଦ୍ୟ ସାମିଲ କରିବା ଦରକାର। ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ତଟକା ଫଳମୂଳ ସାମିଲ କରନ୍ତୁ। ଯଦି ବାହାରକୁ ବୁଲିବାକୁ ଯାଉଛନ୍ତି ତେବେ ନାକ ଏବଂ ପାଟିକୁ ପରିଷ୍କାର କପଡା କିମ୍ବା ମାସ୍କରେ ଢାଙ୍କିବାକୁ ଭୁଲନ୍ତୁ ନାହିଁ। କାରଣ ବାହାରର ଧୂଳିକଣା ଶରୀର ଭିତରକୁ ପ୍ରବେଶ କଲେ ଏହି ସମସ୍ୟା ଆହୁରି ବଢ଼ିଯିବାର ଆଶଙ୍କା ରହିଛି। ଯଦି ଆପଣ ଆଜ୍ମା ଦ୍ୱାରା ଆକ୍ରାନ୍ତ ତେବେ ଏ ନେଇ ନିଜକୁ ଚିନ୍ତାଗ୍ରସ୍ତ ରଖନ୍ତୁ ନାହିଁ। କାରଣ ଏହାଦ୍ୱାରା ମନରେ ନକାରାତ୍ମକ ମାନସିକତା ଅଧିକ ସକ୍ରିୟ ହୋଇଥାଏ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.