ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏ ରିସ୍ଥଳେ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଭାକ୍ସିନ୍ର ଗୋଟିଏ ଡୋଜ୍ ଶରୀରରେ ରୋଗପ୍ରତିରୋଧକ ଶକ୍ତି ସୃଷ୍ଟି କରିବାକୁ ପ୍ରର୍ଯ୍ୟାପ୍ତ। କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ କେବଳ ଥରେ ଡୋଜ୍ ନେଲେ ଆବଶ୍ୟକ ଆଣ୍ଟିବଡ଼ି ସୃଷ୍ଟି ହୋଇପାରିଥାଏ ବୋଲି ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଏହାକୁ ନେଇ କେତେକ ବିଶେଷଜ୍ଞ ତର୍କ କରିଛନ୍ତି। ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର ଗବେଷକ ୨୦ ଜଣ ଲୋକଙ୍କ ଉପରେ ଅଧ୍ୟୟନ କରି ଏହା ଜାଣିପାରିଛନ୍ତି। ଏବେ ଏହାର ରିପୋର୍ଟକୁ ପ୍ରକାଶ କରିବା ଲାଗି ପଠାଯାଇଛି। ଗବେଷକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପାଖକୁ ଏହି ରିପୋର୍ଟ ପଠାଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ଲୋକଙ୍କୁ ଗୋଟିଏ ଡୋଜ୍ ପ୍ରଦାନ କଲେ ଦେଖାଦେଇଥିବା ଭାକ୍ସିନ୍ର ଅଭାବ ପୂରଣ ହୋଇପାରିବ ବୋଲି ଏଥିରେ ଉଲ୍ଲେଖ କରାଯାଇଛି। ଏହି ରିପୋର୍ଟକୁ ନେଇ ବୈଜ୍ଞାନିକ ପ୍ରଫେସର ଗରିଧର ବାବୁ ପ୍ରଶ୍ନ ଉଠାଇଛନ୍ତି। ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇରେ ଏଭଳି ରିପୋର୍ଟ ଆଧାରରେ ଟିକାକରଣ ଗ୍ରହଣୀୟ ନୁହେଁ ବୋଲି ସେ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.