ଝାରସୁଗୁଡା ଅଫିସ୍,୨୬।୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓରିଏଣ୍ଟ ଥାନା ଅଧୀନ ଶାସ୍ତ୍ରୀନଗରରେ ଗୋଟିଏ ପରିବାର ୩ ଜଣଙ୍କୁ ଜଣେ ଯୁବକ ଛୁରା ମାଡ଼ କରିଛନ୍ତି। ଏଥିରେ ବାପା ଶିବରତନ ଗୋଣ୍ଡ, ବଡ ପୁଅ (ବିପିନ) ଓ ସାନ ପୁଅ (ଅମୋଦ) ଆହତ ହୋଇଛନ୍ତି। ଆହତଙ୍କୁ ପ୍ରଥମେ ସ୍ଥାନୀୟ ମଣ୍ଡଳିଆ ସ୍ଥିତ ଏମ୍ସିଏଲ୍ ହସ୍ପିଟାଲ୍ରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ଅମୋଦଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ବୁର୍ଲା ଭିଏସ୍ଏସ୍ ହସ୍ପିଟାଲ୍କୁ ଶନିବାର ରାତିରେ ସ୍ଥାନାନ୍ତର କରାଯାଇଛି। ଏନେଇ ଓରିଏଣ୍ଟ ଥାନାରେ ଆହତ ବିପିନଙ୍କ ଲିଖିତ ଅଭିଯୋଗ ପରେ ପୋଲିସ ଏକ ମାମଲା(ନଂ. ୭୯/୨୧) ରୁଜୁ କରି ତଦନ୍ତ ଚଳାଇଛି। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ପିଣ୍ଟୁ ଗଣ୍ଡ(୨୬)ଙ୍କୁ ପୋଲିସ୍ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଫେରାର୍ ଅନ୍ୟ ୩ ଅଭିଯୁକ୍ତଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ତଦନ୍ତକାରୀ ଆଇଆଇସି କଲ୍ୟାଣି ବେହେରା କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.