କେସିଙ୍ଗା,୯ା୬(ଡି.ଏନ୍.ଏ.): ସମ୍ବଲପୁର ରେଲଓ୍ବେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲଓ୍ବେ ଷ୍ଟେଶନରେ ଏକ ଅକ୍ସିଜେନ ବୋଝେଇ ଟ୍ରେନ୍ରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲିକ୍ ହୋଇଥିଲା। କେସିଙ୍ଗା ରେଲଓ୍ବେ ଷ୍ଟେଶନ ମାଷ୍ଟର ସ୍ଥାନୀୟ ଅଗ୍ନିଶମ ବିଭାଗର ଓଆଇସି ଅନିଲ କୁମାର ମିଶ୍ରଙ୍କୁ ଜଣାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଗତ ରାତିରୁ ବୁଧବାର ଅପରାହ୍ନ ପର୍ଯ୍ୟନ୍ତ ଲିକେଜ ଅକ୍ସିଜେନରେ ପାଣି ସିଞ୍ଚନ କରିଥିଲେ। ରାଉରକେଲାରୁ ରାୟଗଡ଼ା ଅଭିମୁଖେ ଏହି ଟ୍ରେନ୍ ଯାଉଥିଲା। ଏହି ଟ୍ରେନ୍ରେ ୨୦ଟି ଅକ୍ସିଜେନ ଟ୍ୟାଙ୍କର ଥିଲା। ଶେଷ ଟ୍ୟାଙ୍କରରେ ଲିକେଜ ୧୧ ଘଣ୍ଟା ଧରି ହୋଇଥିଲା। ଲିକେଜ ବନ୍ଦ ନ ହେବାରୁ ଏକ୍ସପୋର୍ଟ ଟିମ୍ ବୁଧବାର ରାଉରକେଲାରୁ ଆସି ପହଞ୍ଚି ଲିକେଜ ହେଉଥିବା ସ୍ଥାନକୁ ବନ୍ଦ କରିଥିଲେ। ପରେ ଟ୍ରେନ୍ଟି ରାୟଗଡ଼ା ଅଭିମୁଖେ ଯାତ୍ରା କରିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.