E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ କାମ ଆରମ୍ଭ
8:32 amJune 26, 2021

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ୍‌ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ଆଗାମୀ ୨ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ। ଭିତ୍ତିପ୍ରସ୍ତର ଦିଆଯାଇଥିବା ଜିଲାଗୁଡ଼ିକ ହେଲା ଅନୁଗୋଳ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, କଳାହାଣ୍ଡି ଓ ନୂଆପଡ଼ା। ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ। ଏହାସହିତ ମୁଖ୍ୟମନ୍ତ୍ରୀ ଆଠମଲ୍ଲିକ ଉପଖଣ୍ଡ ହସ୍ପିଟାଲରେ ଅକ୍ସିଜେନ ପାଇପ ସଂଯୁକ୍ତ କୋଭିଡ୍‌ ୱାର୍ଡ, ପାଲଲହଡ଼ା ଉପଖଣ୍ଡ ହସ୍ପିଟାଲ, ମାଧପୁର ଓ କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଠାକୁରମୁଣ୍ଡା ଓ ବଇଣ୍ଡାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଅକ୍ସିଜେନ ପାଇପ ସଂଯୁକ୍ତ ଆଇସୋଲେଶନ୍‌ ୱାର୍ଡ ଏବଂ ଦେବଗଡ଼ ରାଜମୁଣ୍ଡାସ୍ଥିତ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟରେ ଟିକାଭଣ୍ଡାର ଗୃହର ଉଦ୍‌ଘାଟନ କରିଛନ୍ତି। ମହାମାରୀ ସମୟରେ ଜଣେ ବି କୋଭିଡ୍‌ ରୋଗୀ ଯେପରି ସ୍ବାସ୍ଥ୍ୟସେବାରୁ ବଞ୍ଚତ୍ତ ନ ହୁଅନ୍ତି ସେଥିପ୍ରତି ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ପ୍ରଥମ ଏବଂ ଦ୍ୱିତୀୟ ଲହରରୁ ମିଳିଥିବା ଅଭିଜ୍ଞତା ତୃତୀୟ ଲହର ମୁକାବିଲାରେ ସହାୟକ ହେବ। ଏବେ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ବହୁ କାମ ହେଉଛି। ଏହା କୋଭିଡ୍‌ ବିରୋଧୀ ଲଢ଼େଇ ଆହୁରି ମଜଭୁତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଉପବାଚସ୍ପତି ରଜନୀକାନ୍ତ ସିଂ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଢେଙ୍କାନାଳ ଏମ୍‌ପି ମହେଶ ସାହୁ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବୌଦ୍ଧ ବିଧାୟକ ପ୍ରଦୀପ ଅମାତ, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ରାଜ୍ୟରେ କୋଭିଡ୍‌ ଯୁଦ୍ଧରେ ଓଡ଼ିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ୱର ଉଚ୍ଚପ୍ରଶଂସା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଏବଂ ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ବିଭାଗ ସଚିବ କିଷନ କୁମାରଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ସମୟରେ ପହଞ୍ଚି ବଞ୍ଚାଇଲେ ୪ ନାବାଳକଙ୍କ ଜୀବନ

ଆନନ୍ଦପୁର,୨୩।୬: କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ବୁଧବାର ସକାଳେ ୪ ନାବାଳକ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଅଗ୍ନିଶମ ବିଭାଗ ସମସ୍ତଙ୍କୁ ସୁରକ୍ଷିତ...

ଭାକ୍ସିନ୍‌ ନ ନେଇଥିବା ବିଧାୟକଙ୍କୁ ବିଧାନସଭାରେ ପ୍ରବେଶ ମନା…

ପାଟନା,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରୁହନ୍ତୁ ସରକାର…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ନେଇକଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ବିଷ୍ଣୁପଦଙ୍କ କବିତା ସଙ୍କଳନ ଉନ୍ମୋଚିତ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବରିଷ୍ଠ ଅମଲାତନ୍ତ୍ରୀ ବିଷ୍ଣୁପଦ ସେଠୀଙ୍କ ଇଂଲିଶ କବିତା ସଙ୍କଳନ ‘ବିୟଣ୍ଡ ହିୟର୍‌ ଆଣ୍ଡ୍‌ ଅଦର ପୋଏମ୍ସ’କୁ ଉନ୍ମୋଚନ କରିଛନ୍ତି।...

୮ ଜିଲାରେ ଅକ୍ସିଜେନ୍‌ ପ୍ଲାଣ୍ଟ ଶିଳାନ୍ୟାସ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ୮ ଜିଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ କରିବା ସହ ତରଳ...

୧୬ରୁ ଖୋଲିବ ଐତିହ୍ୟସ୍ଥଳୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ରାଜ୍ୟର ଐତିହ୍ୟସ୍ଥଳୀ ଖୋଲିବ। ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲିବ। ଏନେଇ ଏଏସ୍‌ଆଇ ପକ୍ଷରୁ ବିଜ୍ଞାପ୍ତି ପ୍ରକାଶ ପାଇଛି।...

ପୁଣି ବିପଦ, ବ୍ୟାପିଲା ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌, ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କଲେ ମୁଖ୍ୟମନ୍ତ୍ରୀ…

ଲକ୍ଷ୍ନୌ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଯୋଗୁ ପୁଣି ବିପଦ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମ୍ୟାଲେରିଆ ଶୂନ୍ୟ ହେବ ଓଡ଼ିଶା
Next Post Next post:
ଭୁବନେଶ୍ୱର ସ୍ମାର୍ଟସିଟିକୁ ୨ଟି ପୁରସ୍କାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts