ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ୍ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ଆଗାମୀ ୨ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ। ଭିତ୍ତିପ୍ରସ୍ତର ଦିଆଯାଇଥିବା ଜିଲାଗୁଡ଼ିକ ହେଲା ଅନୁଗୋଳ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, କଳାହାଣ୍ଡି ଓ ନୂଆପଡ଼ା। ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ। ଏହାସହିତ ମୁଖ୍ୟମନ୍ତ୍ରୀ ଆଠମଲ୍ଲିକ ଉପଖଣ୍ଡ ହସ୍ପିଟାଲରେ ଅକ୍ସିଜେନ ପାଇପ ସଂଯୁକ୍ତ କୋଭିଡ୍ ୱାର୍ଡ, ପାଲଲହଡ଼ା ଉପଖଣ୍ଡ ହସ୍ପିଟାଲ, ମାଧପୁର ଓ କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଠାକୁରମୁଣ୍ଡା ଓ ବଇଣ୍ଡାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଅକ୍ସିଜେନ ପାଇପ ସଂଯୁକ୍ତ ଆଇସୋଲେଶନ୍ ୱାର୍ଡ ଏବଂ ଦେବଗଡ଼ ରାଜମୁଣ୍ଡାସ୍ଥିତ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟରେ ଟିକାଭଣ୍ଡାର ଗୃହର ଉଦ୍ଘାଟନ କରିଛନ୍ତି। ମହାମାରୀ ସମୟରେ ଜଣେ ବି କୋଭିଡ୍ ରୋଗୀ ଯେପରି ସ୍ବାସ୍ଥ୍ୟସେବାରୁ ବଞ୍ଚତ୍ତ ନ ହୁଅନ୍ତି ସେଥିପ୍ରତି ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ପ୍ରଥମ ଏବଂ ଦ୍ୱିତୀୟ ଲହରରୁ ମିଳିଥିବା ଅଭିଜ୍ଞତା ତୃତୀୟ ଲହର ମୁକାବିଲାରେ ସହାୟକ ହେବ। ଏବେ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ବହୁ କାମ ହେଉଛି। ଏହା କୋଭିଡ୍ ବିରୋଧୀ ଲଢ଼େଇ ଆହୁରି ମଜଭୁତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଉପବାଚସ୍ପତି ରଜନୀକାନ୍ତ ସିଂ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଢେଙ୍କାନାଳ ଏମ୍ପି ମହେଶ ସାହୁ, ବ୍ରହ୍ମପୁର ଏମ୍ପି ଚନ୍ଦ୍ରଶେଖର ସାହୁ, ବୌଦ୍ଧ ବିଧାୟକ ପ୍ରଦୀପ ଅମାତ, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ରାଜ୍ୟରେ କୋଭିଡ୍ ଯୁଦ୍ଧରେ ଓଡ଼ିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ୱର ଉଚ୍ଚପ୍ରଶଂସା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଏବଂ ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ବିଭାଗ ସଚିବ କିଷନ କୁମାରଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.