ମଣ୍ଡିରୁ ଉଠୁନି ଧାନ: ରାସ୍ତାକୁ ଓହ୍ଲାଇଲେ ଚାଷୀ

ବରପାଲି, ୨୧।୬(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ଚାଷୀମାନେ ଧାନ ବିକ୍ରି ପାଇଁ ଆଣୁଥିଲେ ସୁଦ୍ଧା ଟୋକନ ଅବଧି ଶେଷ, ଟୋକନରେ ତୃଟି, ଧାନରେ ଆର୍ଦ୍ରତା, ଟାର୍ଗେଟ ଅଭାବ ଆଦି ଆଳ ଦେଖାଇ ଧାନ କିଣାଯାଉ ନାହିଁ। ଏହାକୁ ନେଇ ଚାଷୀ ଅସନ୍ତୋଷ ବଢି ଚାଲିଛି। ଏହି କ୍ରମରେ ବରପାଲି କୃଷକ ମଞ୍ଚ ନେତୃତ୍ୱରେ ଗତ କିଛିଦିନ ହେଲା ଚାଷୀମାନେ ସ୍ଥାନୀୟ ତହସିଲ ଅଫିସରେ ଧାନ ଗଦା କରି ଧାରଣାରେ ବସିଥିବା ବେଳେ ସୋମବାର ତହସିଲ ଅଫିସ ସମ୍ମୁଖ ବରଗଡ଼ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାଶର୍‌ବରେ ବହୁ ସଂଖ୍ୟାରେ ଯାନବାହାନ ଅଟକି ରହିଛି। ସ୍ଥାନୀୟ ତହସିଲଦାର ଅକ୍ଷୟ କୁମାର ବାଗ ଆନ୍ଦୋଳନରତ ଚାଷୀଙ୍କ ସହିତ ଆଲୋଚନା କରିଛନ୍ତି। ମାତ୍ର ଆଲୋଚନା ଫଳପ୍ରଦ ହୋଇ ନ ଥିବା ଯୋଗୁ ଆନ୍ଦୋଳନ ଜାରି ରହିଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.