ଭୁବନେଶ୍ୱର,୧୬ା୬(ବ୍ୟୁରୋ): ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନ ମଧ୍ୟ ବିଳମ୍ବ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ଏ ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନେଇନାହାନ୍ତି। ୨୦୨୨ ଫେବୃୟାରୀରେ ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ରାଜ୍ୟ ସରକାର ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ କରିବା କଥା। ଏ ପର୍ଯ୍ୟନ୍ତ ସେ ନେଇ କୌଣସି କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ପାରିନାହିଁ।
ପଞ୍ଚାୟତ ନିର୍ବାଚନ ସମ୍ପନ୍ନ କରିବା ରାଜ୍ୟ ନିର୍ବାଚନ କମିଶନଙ୍କ ଦାୟିତ୍ୱ। ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ କାର୍ଯ୍ୟ ୨୦୨୧ ଏପ୍ରିଲ ସୁଦ୍ଧା ଶେଷ କରିବାକୁ କମିଶନ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗକୁ ୨୦୨୧ ଜାନୁୟାରୀ ଓ ମାର୍ଚ୍ଚରେ ଦୁଇଟି ଚିଠି ଲେଖିଥିଲେ। ତେବେ ବିଭାଗ ପକ୍ଷରୁ ଏ ନେଇ କୌଣସି ପଦକ୍ଷେପ ନିଆଯାଇ ନାହିଁ। ପଞ୍ଚାୟତ ନିର୍ବାଚନ ନେଇ ଜିଲାପାଳଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ନ ଦେଲେ ନିର୍ଦ୍ଧାରିତ ସମୟରେ ନିର୍ବାଚନ ଶେଷ କରିବା ସମ୍ଭବ ହେବ ନାହିଁ ବୋଲି କମିଶନ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି। ୨୦୧୭ରେ ହୋଇଥିବା ପଞ୍ଚାୟତ ନିର୍ବାଚନ ବେଳେ ରାଜ୍ୟ ସରକାର ଓ୍ବାର୍ଡ ପୁନର୍ଗଠନ କାର୍ଯ୍ୟ ଓ ସ୍ଥାନ ସଂରକ୍ଷଣ ଇତ୍ୟାଦି ଦେଢ଼ମାସ ଭିତରେ ଶେଷ କରିଥିଲେ।
ପଞ୍ଚାୟତ ନିର୍ବାଚନକୁ ନେଇ ବିରୋଧୀ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ ଗତ ଅଢ଼େଇ ବର୍ଷ ହେବ ରାଜ୍ୟ ସରକାର ପୌର ନିର୍ବାଚନ ଖୁବ୍ଶୀଘ୍ର ହେବ ବୋଲି କହି ଆସୁଛନ୍ତି। ତେବେ ଏ ପର୍ଯ୍ୟନ୍ତ ନିର୍ବାଚନ ହୋଇପାରିଲା ନାହିଁ। ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନକୁ ନ ଗଡ଼େଇ ସାମ୍ବିଧାନିକ ବ୍ୟବସ୍ଥା ଅନୁଯାୟୀ କାର୍ଯ୍ୟ କରିବାକୁ ସେ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି। ସେହିପରି କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି ଯେ ପଞ୍ଚାୟତ ନିର୍ବାଚନ ହାରିଯିବା ଭୟରେ ରାଜ୍ୟ ସରକାର ନିର୍ବାଚନ କରିବାକୁ ଚାହୁନାହାନ୍ତି। ବିଜେଡି ବିଧାୟକ ଅମର ଶତପଥୀ କହିଛନ୍ତି ଯେ ଆଇନ ଅନୁଯାୟୀ ସରକାର ପଦକ୍ଷେପ ନେବେ।
ରାଜ୍ୟ ସରକାର ଗତ ଦୁଇ ବର୍ଷ ହେବ ପୌର ନିର୍ବାଚନ ନ କରି ଝୁଲାଇ ରଖିଛନ୍ତି। ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ ନେଇ ଆଇନରେ ସଂଶୋଧନ କରୁ ନ ଥିବାରୁ ଏହା ବିଳମ୍ବ ହୋଇଚାଲିଛି। ପୌର ନିର୍ବାଚନରେ ଏସ୍ସି,ଏସ୍ଟି ଏବଂ ଓବିସିଙ୍କ ପାଇଁ ସ୍ଥାନ ସଂରକ୍ଷଣ ସକାଶେ ଓଡ଼ିଶା ମ୍ୟୁନିସିପାଲ୍ ଆଇନ-୧୯୫୦ ଏବଂ ଓଡ଼ିଶା ମହାନଗର ନିଗମ ଆଇନ-୨୦୦୩ରେ ଆବଶ୍ୟକ ସଂଶୋଧନ କରିବାକୁ ହେବ।
ଉଲ୍ଲେଖଯୋଗ୍ୟ ଅଣଅନୁସୂଚିତ ଅଞ୍ଚଳରେ ଏସ୍ସି, ଏସ୍ଟି ଏବଂ ଓବିସିଙ୍କ ପାଇଁ ଥିବା ସ୍ଥାନ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ହୋଇପାରିବ ନାହିଁ ବୋଲି ୨୦୧୮ରେ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍) ଦାଏର କରାଯାଇଥିଲା। ହାଇକୋର୍ଟ ପୌର ନିର୍ବାଚନ ପ୍ରକ୍ରିୟା ଉପରେ ରୋକ୍ ଲଗାଇବା ସହ ଆଇନରେ ସଂଶୋଧନ ଆଣିବାକୁ ପରାମର୍ଶ ଦେଇଥିଲେ। ହାଇକୋର୍ଟଙ୍କ ଏହି ରାୟକୁ ଚ୍ୟାଲେଞ୍ଜ କରି ରାଜ୍ୟ ସରକାର ୨୦୧୮ ସେପ୍ଟେମ୍ବରରେ ସୁପ୍ରିମକୋର୍ଟରେ ମାମଲା ଦାଏର କରିଥିଲେ। ତେବେ ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ରାୟକୁ କାଏମ ରଖିଥିଲେ। ଫଳରେ ରାଜ୍ୟ ସରକାର ପୌର ନିର୍ବାଚନ କରିବାରେ ସମର୍ଥ ହୋଇପାରି ନାହାନ୍ତି। ଆଇନରେ ସଂଶୋଧନ ଆଣିବାକୁ ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରସ୍ତାବ ଦେଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ବିଧାନସଭାରେ ସଂଶୋଧନ ବିଧେୟକ ହୋଇପାରି ନାହିଁ।
ଆହୁରି ୩ ଦିନ ବର୍ଷା
ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା...
ଡା. ମନୋଜ ସାହୁଙ୍କୁ ଜାତୀୟ ସମ୍ମାନ
ଭୁବନେଶ୍ୱର, ୫।୬ (ବ୍ୟୁରୋ): ସମ୍ ହସ୍ପିଟାଲର ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ମନୋଜ କୁମାର ସାହୁଙ୍କୁ ‘କାମରାଜ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଜୁକେଶନ ଆଣ୍ଡ୍ ରିସର୍ଚ୍ଚ’ ସମ୍ମାନ...
ଗଛରେ ପିଟିହେଲା ପୋଲିସ ଭ୍ୟାନ୍
ସୁନ୍ଦରଗଡ଼,୧୬।୬: ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କାଲୋବାହାଲ ନିକଟରେ ବୁଧବାର ଏକ ପୋଲିସ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ...
ଅସୁରକ୍ଷିତ ବେଦାନ୍ତ ଖଣି ତଦନ୍ତ ଆଜିଠୁ
ଯାଜପୁର ଅଫିସ,୧୭ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ରହିଛି। ଏନେଇ ହୋଇଥିବା ଅଭିଯୋଗ ଉପରେ...
ଦ୍ୱିତୀୟ ଡୋଜ୍ ଅପେକ୍ଷାରେ ଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା
ଭୁବନେଶ୍ୱର,୧୧।୬(ବ୍ୟୁରୋ): ପ୍ରଥମ ଡୋଜ ଟିକା ନେଇଥିବା ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣକୁ ନେଇ ବିଏମ୍ସି ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଅବଧି ଶେଷ ହେଉଥିବାରୁ ଅଗ୍ରାଧିକାର...
ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୬(ବ୍ୟୁରୋ): ମାଗଣାରେ ଟିକା ଯୋଗାଣ ଘୋଷଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି...
ଚାଷୀ ନ ଥାଇ ଧାନ କିଣା
ଯାଜପୁର ଅଫିସ,୨୩ା୬:୨୦୨୦-୨୧ରେ ଧାନ ସଂଗ୍ରହରେ ଘୋର ଅନିୟମିତତା ହୋଇଛି। ଏଥିରେ ଯାଜପୁର, ବରଗଡ଼, ଭଦ୍ରକ, ଗଞ୍ଜାମ, ନୂଆପଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାର ୩୩ ମହିଳା...
୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା
ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ...


