E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ଟିକା ନେବାକୁ ଡରୁଛନ୍ତି ଲୋକେ
3:44 pmJune 14, 2021

ବୁଗୁଡ଼ା,୧୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଟିକା ନେବାକୁ ଲୋକେ ଡରୁଛନ୍ତି l ଏହି ପଞ୍ଚାୟତର ଦୁଇଟି ଆଦିବାସୀ ଗ୍ରାମ ମରେଇପଲ୍ଲୀ ଓ ଡାହାଣୀପଲ୍ଲୀର ଜଣେ ବି ଲୋକ ଟିକା ନେବାକୁ ଆସି ନ ଥିବା ବେଳେ ଗୋଲିଆ, ବାଦୁଆ, ଚିରିକିପଡ଼ା, କୁଶପଲ୍ଲୀ ଆଦି ଗ୍ରାମରେ ମଧ୍ୟ ଅଧିକାଂଶ ଲୋକ ଟିକା ନେବାକୁ ଆସୁ ନ ଥିବା ଜଣାପଡ଼ିଛି। ଗତ ୧୦ ତାରିଖରେ ଗୋଲିଆ, ବାଦୁଆ, ଚିରିକିପଡ଼ା ଓ ମରେଇପଲ୍ଲୀ ଗ୍ରାମରେ ସ୍ବାସ୍ଥ୍ୟ ଟିମ୍‌ ଟିକା ଦେବା ପାଇଁ ପହଞ୍ଚିଥିଲେ। ଟିକାକରଣ ନେଇ ପୂର୍ବରୁ ଲୋକଙ୍କୁ ସୂଚନା ଦିଆଯିବା ସହ ଉକ୍ତ ଦିନ ଆଶା ଓ ଅଙ୍ଗନଓ୍ବାଡ଼ି କର୍ମୀ ନିଜ ନିଜ ଅଞ୍ଚଳରେ ଘର ଘର ବୁଲି ଟିକା ନେବା ପାଇଁ ବୁଝାଇ ଥିଲେ। ତଥାପି ଅଧିକାଂଶ ଲୋକ ଟିକା ନେବାକୁ ରାଜି ହୋଇ ନ ଥିଲେ।

ଫଳରେ ଗୋଲିଆ, ବାଦୁଆରେ ମାତ୍ର ୧୦ ଜଣ, ଚିରିକିପଡ଼ାରେ ୨ ଜଣ ଟିକା ନେଇ ଥିବା ବେଳେ ଆଦିବାସୀ ବହୁଳ ଗ୍ରାମ ମରେଇପଲ୍ଲୀ ଓ ଡାହାଣୀ ପଲ୍ଲୀରେ ଆଶା ଓ ଅଙ୍ଗନଓ୍ବାଡି କର୍ମୀ ସହ ସ୍ବାସ୍ଥ୍ୟ ବିଭାଗ ଏଏନ୍‌ଏମ୍‌ ଘର ଘର ବୁଲି ଆଦିବାସୀମାନଙ୍କୁ ବୁଝାଇବା ସହ ଘଣ୍ଟା ଘଣ୍ଟା କାଳ ଅପେକ୍ଷା କରି ଶେଷରେ ନିରାଶରେ ଫେରିଥିଲେ ସ୍ବାସ୍ଥ୍ୟ ଟିମ୍‌। ଆଜି ଗୋଲିଆ ଏଏନ୍‌ଏମ ରେଶମା ରାଣୀ ସ୍ବାଇଁ କୁଶାପଲ୍ଲୀ ଗ୍ରାମକୁ ଯାଇ ବହୁ ବୁଝାଶୁଝା କଲା ପରେ ବି ମାତ୍ର ୫ ଜଣ ଟିକା ନେଇଥିବା ସେ କହିଛନ୍ତି l ଟିକା ନେବା ପରେ ଜ୍ବରରେ ଆକ୍ରାନ୍ତ ହୋଇ ଗୋଲିଆ ଗ୍ରାମର ଜଣେ ୫୫ ବର୍ଷୀୟା ମହିଳା ଓ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ହୋଇ ଯାଇ ଥିବା ନେଇ ଗାଁରେ ହାଲ୍ଲା ହୋଇଥିବାରୁ ଭୟରେ ଅଧିକାଂଶ ଲୋକ ଟିକା ନେବାକୁ ଡରୁଥିବା କହିଛନ୍ତି ସରପଞ୍ଚ ପ୍ରତିନିଧି ମାନସ ପ୍ରଧାନ l ତେବେ ଯୁବକମାନେ ଟିକା ନେବାକୁ ଆଗ୍ରହୀ ଥିବା ସେ କହିଛନ୍ତି l ଆସନ୍ତା ୧୬ ତାରିଖ ମଧ୍ୟରେ ଗୋଲିଆ ପଞ୍ଚାୟତର ୪୫ ବର୍ଷରୁ ଉର୍ଦ୍ଧ୍ୱ ସମସ୍ତ ବ୍ୟକ୍ତିଙ୍କୁ ଟିକାକରଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରା ଯାଇଥିବା ବେଳେ ଲୋକଙ୍କ ମାନସିକତାରେ ପରିବର୍ତ୍ତନ ହେଉ ନ ଥିବାରୁ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀମାନେ ଅଡୁଆରେ ପଡ଼ିଯାଇଛନ୍ତି l ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେବାକୁ ଦାବି ହେଉଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ଫାର୍ମାସିଷ୍ଟଙ୍କ ଦ୍ୱାରା ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର

ଚନ୍ଦ୍ରପୁର,୮।୬(ଡି.ଏନ୍‌.ଏ.) – ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ ବୁଡ଼ିବାଲି ପଞ୍ଚାୟତ ସଦରସ୍ଥିତ ବୁଡ଼ିବାଲି ସ୍ବାସ୍ଥ୍ୟକେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ସ୍ବାସ୍ଥ୍ୟକେନ୍ଦ୍ରର ନବୀକରଣ କରାଯାଇ ୪...

ମାଲବାହୀ ଟ୍ରେନ୍‌ର ୩ ବଗି ଲାଇନ୍‌ଚ୍ୟୁତ

କେନ୍ଦୁଝର,୬ା୬(ସ୍ବ.ପ୍ର.) କେନ୍ଦୁଝରଗଡ଼ ରେଳ ଷ୍ଟେଶନ ନିକଟରେ ମାଲବାହୀ ଟ୍ରେନ୍‌ର ୩ଟି ବଗି ଲାଇନ୍‌ଚ୍ୟୁତ ହେବା ଫଳରେ ଟ୍ରେନ୍‌ ଚଳାଚଳରେ ବ୍ୟାହତ ସୃଷ୍ଟି ହୋଇଛି। ଆଜି ଦିନ...

ଉପାନ୍ତ ଅଞ୍ଚଳରେ ଟିକା ପହଞ୍ଚାଇବ ଡ୍ରୋନ୍‌

କଟକ ଅଫିସ,୧୯।୬: ଉପାନ୍ତ ଅଞ୍ଚଳରେ ଲୋକଙ୍କୁ ଟିକା ଯୋଗାଇବ ଡେଲଟା ୪୦୦ ଡ୍ରୋନ୍‌। ଏହି ଡ୍ରୋନ୍‌କୁ କଟକ ଖପୁରିଆ ଆଇଟିଆଇର ଛାତ୍ରୀଛାତ୍ର ତିଆରି କରିଛନ୍ତି। ଆଇଜି...

ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼: ମାଜିଷ୍ଟ୍ରେଟଙ୍କୁ ମହଙ୍ଗା ପଡ଼ିଲା

ଝାରସୁଗୁଡା ଅଫିସ୍‌,୪।୬: କୋଭିଡ୍‌ ତଦାରଖ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ବୁଧବାର ଜଣେ ବୃଦ୍ଧ ତରଭୂଜ ବିକାଳୀ ଏବଂ ତାଙ୍କର...

ଦୋକାନୀଙ୍କୁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ

ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍‌ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ...

ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ

ଜୟପୁର,୭ା୬: ଅଭିନବ ଉପାୟରେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲା ଜୟପୁର ସଦର ପୋଲିସ ଚଢାଉ କରି ଏହାକୁ ଧରିଛି। ପ୍ରାୟ...

ଲେଖିକା ମୀନାକ୍ଷୀ ଦେବୀଙ୍କ ପରଲୋକ

କଟକ ଅଫିସ, ୩।୬: ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜ ସାଧାରଣ ସମ୍ପାଦିକା ମୀନାକ୍ଷୀ ଦେବୀ(୬୬)ଙ୍କର ବୁଧବାର ପରଲୋକ ହୋଇଯାଇଛି। କଟକ ରାଜାବଗିଚା ଚକୋଲେଟ୍‌...

ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ

କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗୁଜରାଟରେ ବିଧାନସଭା ନିର୍ବାଚନ ଲଢ଼ିବ ଏଏପି
Next Post Next post:
ଘରେ ମନି ପ୍ଲାଣ୍ଟ୍‌ ଲଗାଉଥିଲେ ଏସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ, ନଚେତ୍‌…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts