ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍ କୋଭିଶିଲ୍ଡ ଟିକାକରଣ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ କିମ୍ବା ଅତିରିକ୍ତ ସହରାଞ୍ଚଳ ଜନସ୍ବାସ୍ଥ୍ୟ ଅଧିକାରୀ ଏହି ବର୍ଗର ହିତାଧିକାରୀଙ୍କ ଟିକାକରଣ କାର୍ଯ୍ୟକ୍ରମର କର୍ତ୍ତୃପକ୍ଷ ହୋଇପାରିବେ। ଏମାନଙ୍କୁ କେବଳ ସରକାରୀ ଅଧିକୃତ କୋଭିଡ୍ ଟିକାକରଣ କେନ୍ଦ୍ରରେ ଟିକା ନେବାକୁ ଅନୁମତି ମିଳିବ। ତେବେ ଟିକା ଦେବାବେଳେ ସମସ୍ତ ତଥ୍ୟକୁ ଭଲ ଭାବେ ଯାଞ୍ଚ କରିବା ପାଇଁ କୁହାଯାଇଛି। ଏହି ଟିକାକରଣ ସୁବିଧା ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.