ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସେ ବୁଧବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖିଛନ୍ତି। କରୋନା ଭଳି ସମୟରେ ଔଷଧ ଦୋକାନର କର୍ମଚାରୀମାନେ କୌଣସି ବାଧାବିଘ୍ନରେ ସାଧାରଣ ଲୋକଙ୍କୁ ସେବା ଯୋଗାଇଛନ୍ତି। ଲକ୍ଡାଉନ୍ ବା ଶଟ୍ଡାଉନ ସବୁ ସମୟରେ ସେମାନେ ଔଷଧ ବିତରଣରେ କୌଣସି ହେଳା କରିନାହାନ୍ତି। ତେଣୁ ସେମାନଙ୍କ କାର୍ଯ୍ୟ ଓ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଔଷଧ ଦୋକାନର କର୍ମଚାରୀଙ୍କୁ ଟିକାକରଣରେ ପ୍ରାଧାନ୍ୟ ଦେବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ କର୍ମଚାରୀମାନେ ୪୫ ଓ ଊଦ୍ଧର୍ବ ବର୍ଷର ହୋଇଥିବେ ସେମାନଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଉଥିବା ଟିକା ଏବଂ ଯେଉଁମାନେ ୧୮ରୁ ୪୪ବର୍ଷ ମଧ୍ୟରେ ଥିବେ ସେମାନଙ୍କୁ ରାଜ୍ୟ ସରକାର କିଣିଥିବା ଟିକାକୁ ଦେବା ପାଇଁ ଚିଠିରେ ଦର୍ଶାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.