Categories: ଖେଳ

ଜାଡେଜା-ଅଶ୍ୱିନଙ୍କ ସହ ଖେଳିବାକୁ ପରାମର୍ଶ ଦେଲେ ମହାନ ଖେଳାଳି

ନୂଆଦିଲ୍ଲୀ,୧୭।୬: ଶେଷ ହେବାକୁ ଯାଉଛି ଅପେକ୍ଷା। ୟୁକେର ସାଉଥାମ୍ପଟନଠାରେ ଶୁକ୍ରବାର ଠାରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ଦୁଇ ସ୍ପିନର (ରବିଚନ୍ଦ୍ରନ ଅଶ୍ୱିନ ଓ ରବୀନ୍ଦ୍ର ଜାଡେଜା)ଙ୍କୁ ଖେଳାଇବା ଦରକାର ନା ପିଚ୍‌କୁ ଦୃଷ୍ଟିରେ ରଖି ଗୋଟିଏ ସ୍ପିନରଙ୍କ ସହ ଯିବା ଉଚିତ ହେବ ସେ ନେଇ ଖୁବ୍‌ ଚର୍ଚ୍ଚା ଚାଲିଛି। ଏଥିରେ ସାମିଲ ହୋଇଛନ୍ତି ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ଭିଭିଏସ୍‌ ଲକ୍ଷ୍ମଣ।

ଫାଇନାଲ ଲାଗି ମୁଁ ଉଭୟ ଅଶ୍ୱିନ ଓ ଜାଡେଜାଙ୍କ ସହ ଯିବାକୁ ଚାହିଁବି। ଏହି ଦୁଇ ଖେଳାଳି ଏକାସମୟରେ ଖେଳିବା ଭାରତୀୟ ଦଳ ପାଇଁ ବର ସଦୃଶ। ଏମାନେ ଉଇକେଟ ନେବା ସହ ନିମ୍ନକ୍ରମରେ ରନ୍‌ ସଂଗ୍ରହ ମଧ୍ୟ କରିପାରନ୍ତି। ଇଂଲଣ୍ଡ ପରିସ୍ଥିତିରେ ଏହା ଖୁବ୍‌ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ ବୋଲି ଲକ୍ଷ୍ମଣ ଏକ ସାକ୍ଷାତ୍‌କାରରେ କହିଛନ୍ତି।

ସ୍ପିନରଙ୍କ ବ୍ୟତୀତ ଦଳରେ ତୃତୀୟ ପେସର ଭାବେ କାହାକୁ ବଛାଯିବ ସେ ନେଇ ମଧ୍ୟ ଅଧିନାୟକ ବିରାଟ କୋହଲି ଓ ଟିମ୍‌ ମ୍ୟାନେଜମେଣ୍ଟ ଚିନ୍ତିତ। ଯଶପ୍ରୀତ ବୁମରା ଓ ମହମ୍ମଦ ଶାମି ଖେଳିବା ନିଶ୍ଚିତ। ତୃତୀୟ ପେସର ପାଇଁ ଅଭିଜ୍ଞ ଇଶାନ୍ତ ଶର୍ମା ଏବଂ ମହମ୍ମଦ ସିରାଜଙ୍କ ମଧ୍ୟରୁ ଜଣଙ୍କୁ ବାଛିବାକୁ ପଡ଼ିବ।

ତେବେ ଅଭିଜ୍ଞତାକୁ ଦୃଷ୍ଟିରେ ରଖି ଇଶାନ୍ତଙ୍କୁ ଦଳରେ ନେବାକୁ ପରାମର୍ଶ ଦେଇଛନ୍ତି ଲକ୍ଷ୍ମଣ। ଡବ୍ଲ୍ୟୁଟିସି ଫାଇନାଲ ପାଇଁ ମୁଁ ଇଶାନ୍ତ, ଶାମି ଓ ବୁମରାଙ୍କ ସହ ଯିବି। ଅଷ୍ଟ୍ରେଲିଆରେ ଭଲ ପ୍ରଦର୍ଶନ ପରେ ସିରାଜଙ୍କ ଆତ୍ମବିଶ୍ୱାସ ବଢ଼ିଛି। କିନ୍ତୁ ଫାଇନାଲ ଭଳି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦଳକୁ ଅଭିଜ୍ଞ ଖେଳାଳିଙ୍କ ଆବଶ୍ୟକତା ପଡ଼ିବ ବୋଲି ୧୩୪ ଟେଷ୍ଟ ଖେଳିଥିବା ଲକ୍ଷ୍ମଣ କହିଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.