ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ ପରେ ମୂଲ୍ୟାୟନକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଏକ ପ୍ରକାର ସମସ୍ତେ ସସ୍ପେନ୍ସରେ ଥିଲେ, କିପରି ମୂଲ୍ୟାୟନ ହେବ, ଏହି ମାର୍କ ଭବିଷ୍ୟତ କ୍ୟାରିଅର ପାଇଁ ସହାୟକ ହେବ ନା ନାହିଁ ତାକୁ ନେଇ ସମସ୍ତେ ଚିନ୍ତାରେ ରହିଥିଲେ। ଶେଷରେ ରାଜ୍ୟ ସରକାର ଏଥିରେ ପୂର୍ଣ୍ଣଛେଦ ପକାଇଛନ୍ତି l
ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଯୁକ୍ତ ୨ ବିକଳ୍ପ ମୂଲ୍ୟାୟନ ପ୍ରକ୍ରିୟା ଚୟନ କରାଯାଇଥିବା ଘୋଷଣା କରାଯାଇଛି l ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ଯୁକ୍ତ ୨ରେ ମୋଟ ପାସ ହାର ୯୦ ପ୍ରତିଶତରୁ ଅଧିକ ରହିବ l ମୂଲ୍ୟାୟନ ପ୍ରକ୍ରିୟା ଉପରେ ସୂଚନା ଦେଇ ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ଏହା କହିଛନ୍ତି l
ସେ କହିଛନ୍ତି, ମାଟ୍ରିକ ପରୀକ୍ଷାରେ ଛାତ୍ରୀଛାତ୍ର ଯେତିକି ମାର୍କ ରଖିଥାନ୍ତି, ସାଧାରଣତଃ ଯୁକ୍ତ ୨ରେ ସେମାନଙ୍କ ମଧ୍ୟରୁ ଅଧିକାଂଶ ପିଲାଙ୍କର ମାର୍କ କମିଯାଇଥାଏ l ତେବେ ଏଥର ଯେଉଁ ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଉଛି, ସେଥିରେ ଛାତ୍ରୀଛାତ୍ରଙ୍କ ମାର୍କ ଦଶମ ଶ୍ରେଣୀ ମାର୍କ ପାଖାପାଖି କିମ୍ବା ତାଠାରୁ ଅଧିକ ରହିବ l ସେହିପରି ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ପାସ ହାର ମଧ୍ୟ ଗତବର୍ଷ ତୁଳନାରେ ଅଧିକ ରହିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି l
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.