କାମାକ୍ଷାନଗର,୧।୬(ଡି.ଏନ.ଏ.)
ମହାମାରୀ ସମୟରେ ଆଗଧାଡ଼ିର ଯୋଦ୍ଧା ଭାବେ ଦିନରାତି କାର୍ଯ୍ୟ କରୁଥିବା ପୋଲିସ ରାଜପଥ ମରାମତି ପରି କାର୍ଯ୍ୟ କରି ବେଶ୍ ପ୍ରଶଂସା ସାଉଣ୍ଟିଛି। ଏହି ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନାର କର୍ମଚାରୀମାନେ।
ପ୍ରକାଶ ଯେ, କାମାକ୍ଷାନଗର ସହର ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥରେ ଦୀର୍ଘଦିନ ହେବ ବଡ଼ ବଡ଼ ଖାଲଖମା ସୃଷ୍ଟି ହୋଇଥିଲା। ବିଭାଗୀୟ କର୍ତ୍ତୃପକ୍ଷ ଏହାର ମରାମତି କରୁ ନ ଥିବାରୁ ଯାତାୟାତ କରୁଥିବା ଲୋକେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଅନେକ ସମୟରେ ଏଠାରେ ଦୁର୍ଘଟଣା ମଧ୍ୟ ଘଟୁଥିଲା। ତେଣୁ ଜନସାଧାରଣଙ୍କ ଏହି ଅସୁବିଧା ଦୂର କରିବାକୁ ଥାନା ଅଧିକାରୀଙ୍କ ସହ କର୍ମଚାରୀମାନେ ମନ ବଳାଇଥିଲେ। ସେମାନେ ଏକ କମ୍ପାନୀଠାରୁ ମରାମତିରେ ବ୍ୟବହୃତ ସାମଗ୍ରୀ ସଂଗ୍ରହ କରି ସହର ରାସ୍ତାରେ ଥିବା ଖାଲଖମା ମରାମତି କରିଥିଲେ। କାମାକ୍ଷାନଗର ଥାନା ଅଧିକାରୀ ଅଭିନବ ଡାଳୁଆଙ୍କ ସହ କର୍ମଚାରୀ ଅରବିନ୍ଦ ମଲ୍ଲିକ, ପ୍ରମୋଦ ଖୁଣ୍ଟିଆ, ବିଭୂତି ପ୍ରଧାନ, ସଞ୍ଜୟ ଦେହୁରୀ, ନିରାକାର ନାୟକ, ଭୀମସେନ ସିଂହ, ସୁଦାମ ସାହୁ, ହର ଗୋବିନ୍ଦ ପାଳ ପ୍ରମୁଖ ଏହି କାର୍ଯ୍ୟରେ ସହଯୋଗ କରିଥିଲେ। ଏ ସମ୍ପର୍କରେ ଥାନା ଅଧିକାରୀ ଡାଳୁଆ କହିଛନ୍ତି, ରାସ୍ତା ମରାମତି ନିମନ୍ତେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ୱେ ପଦକ୍ଷେପ ନିଆଗଲା ନାହିଁ। ତେଣୁ ଲୋକଙ୍କ ହିତକୁ ଦୃଷ୍ଟିରେ ରଖି ଥାନା କର୍ମଚାରୀମାନେ ଖାଲଖମା ମରାମତି କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.