ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିପୂଜା କରିବା ନେଇ ଖବର ସୋସିଆଲ୍ ମିଡ଼ିଆରେ ଭାଇରାଲ ହୋଇଥିଲା। ଖବର ପାଇ ସ୍ଥାନୀୟ ପୋଲିସ ପକ୍ଷରୁ ସାଙ୍ଗିପୁର ଥାନା ଅଞ୍ଚଳର ଶୁକ୍ଳପୁର ଗାଁରେ ଥିବା କରୋନା ମାତାଙ୍କ ମନ୍ଦିର ଉପରେ ବୁଲ୍ଡୋଜର ଚଳାଯାଇଛି। ରାତାରାତି ମନ୍ଦିରର ଭଙ୍ଗାବଶେଷକୁ ହଟାଇ ଦିଆଯାଇଛି। ଏଠାରେ ସକାଳେ ଏବଂ ସନ୍ଧ୍ୟାରେ ପୂଜା ଲାଗି ଲୋକଙ୍କ ଭିଡ଼ ଜମା ହେଉଥିଲା। ଲୋକେ ମାସ୍କ ପିନ୍ଧି ସାମାଜିକ ଦୂରତା ବଜାୟ ରଖି ପୂଜା କରୁଥିଲେ। ଶୁକ୍ରବାର ବିଳମ୍ବିତ ରାତ୍ରରେ ପୋଲିସ ପକ୍ଷରୁ ମନ୍ଦିର ଭଙ୍ଗା କାର୍ଯ୍ୟ ଶେଷ କରାଯାଇଛି। ଏନେଇ ଜଣେ ଗ୍ରାମବାସୀଙ୍କୁ ଗିରଫ କରାଯାଇ ପଚରା ଉଚରା ଜାରି ରହିଛି। ପୋଲିସ ଭୟରେ ଲୋକେ ଏବେ ଘରୁ ବାହାରକୁ ବାହାରୁ ନାହାନ୍ତି।
Posted inକରୋନା ଭାଇରସ୍, ଜାତୀୟ, ଫୁରସତ View All
କରୋନା ପରେ କେଉଁଠିକୁ ବୁଲି ଯାଇପାରିବେ
କରୋନା ପାଇଁ ଏବେ ଅଧିକାଂଶ ଲୋକ ଘରେ ରହୁଛନ୍ତି। ଭବିଷ୍ୟତରେ ଯେବେ ଏହି ପରିସ୍ଥିତିରେ ସୁଧାର ଆସିବ ସେତେବେଳେ ପର୍ଯ୍ୟଟକ କେଉଁ କେଉଁ ସ୍ଥାନକୁ ବୁଲିଯାଇ...
ଏମିତି ବି ଥାନ୍ତି ଲୋକ: ଢୁ ଢୁ ବର୍ଷାରେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...
ମୃତ୍ୟୁସଂଖ୍ୟା ଲୁଚାଇଛି ଏମ୍ପି
ଭୋପାଳ, ୧୩ା୬: ଦେଶରେ କରୋନାଜନିତ ମୃତ୍ୟୁ ତଥ୍ୟ ଲୁଚାଯିବା ଆଉ ନୂଆ କଥା ହୋଇ ନାହିଁ। ବିଭିନ୍ନ ରାଜ୍ୟ ସରକାର ପ୍ରକୃତ ସଂଖ୍ୟା ପ୍ରକାଶ କରୁ...
ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...
ରାଜ୍ୟରେ ୪ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ପ୍ରତିଦିନ ନୂଆ ଦୈନିକ ସଂକମ୍ରଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରେ ୫ହଜାରରୁ...
ରାଜ୍ୟପାଳଙ୍କୁ ‘ଅଙ୍କଲ ଜୀ’ କହିଲେ ଟିଏମ୍ସି ଏମ୍ପି
ନୂଆଦିଲ୍ଲୀ,୬।୬ : ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିବା ଟୁଇଟ୍ କରି ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ସରକାରଙ୍କୁ ସମାଲୋଚନା କରିଥିଲେ ରାଜ୍ୟପାଳ ଜଗଦୀପ ଧାଙ୍କର।...
ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ
କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର...
ରାଜ୍ୟରେ ୬ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୫,୮୯୬ ଜଣ କରୋନା...


