E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅପରାଧ, ମେଟ୍ରୋ, ରାଜ୍ୟ

ଭୁଲ୍‌ ସୁଧାରିବାକୁ ପୋଲିସର ସ୍ପେଶାଲ ଡ୍ରାଇଭ୍‌
12:15 pmJune 6, 2021

ଭୁବନେଶ୍ୱର,୬।୬(ବ୍ୟୁରୋ): ଅନେକ ସମୟରେ ପୋଲିସର ଅବହେଳା ଓ ଅସାବଧାନତା ଯୋଗୁ ଅଭିଯୁକ୍ତମାନେ ଖସିପଳାଇବାରେ ସକ୍ଷମ ହେଉଛନ୍ତି। ବଳାତ୍କାର, ହତ୍ୟା ଭଳି ସଙ୍ଗିନ ମାମଲାରେ ଗିରଫ ହୋଇଥିବା ବହୁ ଅଭିଯୁକ୍ତ ପୋଲିସ ହେପାଜତରୁ ଖସିଯାଇଥିବା ନଜିର ରହିଛି। ବର୍ଷ ବର୍ଷ ଧରି ଖସି ବୁଲିବା ସହ ପୁଣି ଅପରାଧ ଘଟାଉଥିଲେ ମଧ୍ୟ ପୋଲିସ ସେମାନଙ୍କୁ ଫେରାର ଦର୍ଶାଇ ଧରି ନ ଥାନ୍ତି। ଏପରି କି ଏହା ପଛରେ କେତେଜଣ ପୋଲିସର ପ୍ରଚ୍ଛନ୍ନ ହାତ ଥିବା ମଧ୍ୟ ଅଭିଯୋଗ ଉଠିଛି। କମିଶନରେଟ ପୋଲିସରେ ମଧ୍ୟ ଏଭଳି ଏକାଧିକ ଘଟଣା ଘଟିଛି। ଏବେ ନିଜ ପୁରୁଣା ଭୁଲ୍‌ ସୁଧାରିବାକୁ ଆରମ୍ଭ ହୋଇଛି ସ୍ପେଶାଲ ଡ୍ରାଇଭ୍‌। ଏହାର ଦାୟିତ୍ୱ ନେଇଛି ସ୍ପେଶାଲ ସ୍କ୍ବାଡ୍‌। ପୋଲିସ ହେପାଜତ ଓ ଜୁଡ଼ିସିଆଲ ହେପାଜତରୁ ଖସିପଳାଇଥିବା ଅଭିଯୁକ୍ତଙ୍କ ଏକ ତାଲିକା ପ୍ରସ୍ତୁତ କରାଯାଇ ସେମାନଙ୍କୁ ଧରିବାକୁ ଉଦ୍ୟମ ଚାଲିଛି। ଏଯାଏ ଏହି ତାଲିକାରେ ୧୦ରୁ ଊର୍ଦ୍ଧ୍ୱ ନାଁ ରହିଥିବାବେଳେ ଗତ ୩ଦିନ ଭିତରେ ଏହି ସ୍ପେଶାଲ୍‌ ଡ୍ରାଇଭ୍‌ରେ ୨ଜଣ ଫେରାର ଅଭିଯୁକ୍ତ ଧରାପଡିଛନ୍ତି। ୨୦୨୦ରେ ଏୟାରଫିଲ୍ଡ ଥାନାରୁ ଫେରାର ହୋଇଯାଇଥିବା ହତ୍ୟା ଅଭିଯୁକ୍ତ ଜିତେନ୍ଦ୍ର ପରିଡ଼ାଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ସେହିପରି ୭ବର୍ଷ ଧରି ଫେରାର ଥିବା ଭାସ୍କର ସାହୁ ନାମକ ଜଣେ ଗଣବଳାତ୍କାର ଅଭିଯୁକ୍ତଙ୍କୁ ନୟାଗଡ଼ ଓଡ଼ଗାଁ ଅଞ୍ଚଳରୁ ଗିରଫ କରାଯାଇଛି। ଭାସ୍କର ୨୦୧୪ରେ ଥରେ ପୋଲିସ ହେପାଜତ ଓ ଆଉଥରେ ଜୁଡିସିଆଲ ହେପାଜତରୁ ଫେରାର ହୋଇଯାଇଥିଲେ। ସେ ନୟାଗଡ଼ସ୍ଥିତ ନିଜ ଘରେ ରହି ବାହାରେ ଆରାମରେ ବୁଲୁଥିଲେ ମଧ୍ୟ ସ୍ଥାନୀୟ ପୋଲିସ ହେଉ ଅବା କମିଶନରେଟ ପୋଲିସ ତାଙ୍କୁ ଧରୁ ନ ଥିଲା। ସ୍ପେଶାଲ ଡ୍ରାଇଭ୍‌ ଆରମ୍ଭ ହେବା ପରେ ତାଙ୍କ ସମ୍ପର୍କରେ ଖୋଳତାଡ଼ କରାଯାଇଥିଲା। ଶୁକ୍ରବାର ଭାସ୍କର ଘରପାଖ ଏକ ମନ୍ଦିରରେ ବସିଥିବା ସମୟରେ ସ୍ପେଶଲ ସ୍କ୍ବାଡ୍‌ ତାଙ୍କୁ ମାଡ଼ିବସିଥିଲା।
ଅନୁଯାୟୀ, ୨୦୧୪ ଫେବୃୟାରୀ ୧୩ରେ ଜନୈକା ଯୁବତୀଙ୍କୁ ଗଣବଳାତ୍କାର ମାମଲା (ନଂ.୪୧/୧୪)ରେ ଭାସ୍କରଙ୍କ ସମେତ ୪ଜଣଙ୍କୁ ଗିରଫ କରିଥିଲା ଭୁବନେଶ୍ୱର ମହିଳା ଥାନା ପୋଲିସ। ମାତ୍ର କୋର୍ଟ ଚାଲାଣ ସମୟରେ ସେ ପୋଲିସ ହେପାଜତରୁ ଚମ୍ପଟ ମାରିଥିଲେ। ଏହାର ଦିନକ ପରେ ପୋଲିସ ତାଙ୍କୁ ଧରି କୋର୍ଟ ଚାଲାଣ କରିଥିଲା। ଡିସେମ୍ବର ୯ରେ ଅନ୍ୟ ୩୨ଜଣଙ୍କ ସହ ଭାସ୍କରଙ୍କୁ ଜେଲ୍‌ରୁ କୋର୍ଟକୁ ଏସ୍‌କର୍ଟରେ ନିଆଯାଇଥିଲା। ହେଲେ କୋର୍ଟ ପରିସରରେ ଭିଡ଼ର ସୁଯୋଗ ନେଇ ଭାସ୍କର ପୋଲିସ ଏସ୍‌କର୍ଟରୁ ଖସିପଳାଇବାରେ ସକ୍ଷମ ହୋଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଅପରାଧ, ମେଟ୍ରୋ, ରାଜ୍ୟ View All

ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ

ଭୁବନେଶ୍ୱର,୬।୬(ବ୍ୟୁରୋ): ବିକାଶ ନାଁରେ  ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା...

ଗଛ ବିନା ଶ୍ରୀହୀନ ରାଜପଥ

ଢେଙ୍କାନାଳ ଅଫିସ, ୧୯।୬ ଜାତୀୟ ରାଜପଥ (ଏନ୍‌ଏଚ୍‌) ଉପରେ ନିର୍ଭର କରେ ଦେଶର ଆର୍ଥିକ ପ୍ରଗତି। ଆନ୍ତଃଜିଲା ଏବଂ ଆନ୍ତଃରାଜ୍ୟ ଗମନାଗମନ ବ୍ୟବସ୍ଥାକୁ ଉନ୍ନତ କରିବା,...

ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୦୦୦ ଟପିଲା

ଭୁବନେଶ୍ୱର,୭ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ୪୧ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ମହଙ୍ଗା ପଡ଼ିଲା ବାର୍‌ହା ମାଂସ କିଣିବା

କୋକସରା,୨।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ବନ ବିଭାଗ କର୍ମଚାରୀ ୫ କେଜି ବାର୍‌ହା ମାଂସ ସହ ୨ ଜଣ ଯୁବକଙ୍କୁ ଧରିବାରେ ସଫଳ...

ଇ-ବର୍ଜ୍ୟବସ୍ତୁରେ ସୁଉଚ୍ଚ ରୋବଟ

ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ୍‌, ୬।୬ରାଜ୍ୟର ବିଭିନ୍ନ ସହରରେ ଇ-ବର୍ଜ୍ୟବସ୍ତୁର ବୋଝ ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ଆଇଟିଆଇର ଦକ୍ଷ ପ୍ରଫେଶନାଲ ଏନେଇ ଉଦ୍‌ବେଗ ପ୍ରକାଶ କରିବା...

ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାକୁ ନେଇ ଜୋର ଧରିଲା ରାଜନୀତି

ଭୁବନେଶ୍ୱର,୨୨।୬(ବ୍ୟୁରୋ):  ରାଜ୍ୟର ବିଭିନ୍ନ ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାଯିବାକୁ ନେଇ ଜୋର ଧରିଲା ରାଜନୀତି। ଟିକାକରଣ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋଚିତ୍ରକୁ ବାଦ୍‌ଦେଇ କେବଳ...

ପାହାଡ଼ିଆ ଅଞ୍ଚଳରେ ସୁଧୁରିବ ଜଳ ସମସ୍ୟା

ଖଇରା, ୪।୬-ବାଲେଶ୍ୱର ଜିଲା ଖଇରା ବ୍ଲକର ଉପାନ୍ତ ପାହାଡିଆ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀଙ୍କ ପାଇଁ ଖୁସି ଖବର ା ଖୁବଶୀଘ୍ର ବର୍ଷ ବର୍ଷ ଧରି...

ଡବଲ ଡୋଜ୍‌ ଭାକ୍ସିନ ପରେ ବି ହୋଇପାରେ କରୋନା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ‘ଡବଲ ଡୋଜ୍‌ ଭାକ୍ସିନ ନେବା ପରେ ମଧ୍ୟ ହୋଇପାରେ କରୋନା। ତେଣୁ କୋଭିଡ ଗାଇଡ୍‌ଲାଇନକୁ ଠିକ ଭାବେ ପାଳନ କରନ୍ତୁ।’ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୫୫ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ
Next Post Next post:
ଗ୍ରାମରାସ୍ତାକୁ କେନ୍ଦ୍ର କରି ଘର ପୋଡ଼ିଦେଲେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts