କଟକ ଅଫିସ,୧୨।୬: ଝାରପଡ଼ା ଜେଲ୍ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ଶନିବାର ସେ ଜେଲରୁ ବାହାରିଛନ୍ତି। ତେବେ ଜେଲରୁ ବାହାରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସେ କୌଣସି ପ୍ରତିକ୍ରିୟା ଦେଇ ନାହାନ୍ତି।
ପ୍ରକାଶ ଯେ, ଠକେଇ ଅଭିଯୋଗରେ ଡିସେମ୍ବର ୩ ତାରିଖରେ କ୍ରାଇମ୍ବ୍ରାଞ୍ଚ ପ୍ରଦୀପଙ୍କୁ ଗିରଫ କରିଥିଲା। ଏହାପରେ ସେ ଝାରପଡ଼ା ଜେଲରେ ଥିଲେ। ତାଙ୍କ ନାମରେ ମୋଟ ୬ ମାମଲା ଥିଲା। ସେଥିରୁ ୫ଟି ମାମଲାରେ ତାଙ୍କୁ ଜାମିନ ମିଳିଥିଲା। ଶୁକ୍ରବାର ୬ଷ୍ଠ ମାମଲାରେ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଥିlଲେ। ୨ ଲକ୍ଷ ଟଙ୍କା ଲେଖାଏ ୨ଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ପ୍ରଦୀପଙ୍କୁ ଜାମିନ ଦେଇଥିଲେ। ଏଥିସହ ନିମ୍ନ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.