ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟରେ ଏବେ ତାପମାତ୍ରା ଅଧିକ ରହୁଥିବାବେଳେ ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ଜାରି ରହିଛି। ଶୁକ୍ରବାର ବଲାଙ୍ଗୀର ଓ ସୁନ୍ଦରଗଡ଼ରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଥିଲା। ତେବେ ଆଗକୁ ପାରଦ ତଳକୁ ଖସିବ। ଆସନ୍ତା ୧୧ ତାରିଖରେ ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏଥିସହ ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶାର ଅଧିକାଂଶ ସ୍ଥାନକୁ ଆଗୁଆ ଆସିବାର ସମ୍ଭାବନା ଥିବାରୁ ୭ ତାରିଖରୁ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହେବ। ୭ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ୧୦ ଜିଲାରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଛି। ୯ ତାରିଖରେ ମଧ୍ୟ ବିଭିନ୍ନ ଜିଲାରେ ବର୍ଷା ହେବ ଓ ୧୯ ଜିଲାକୁ ଝଡ଼ବର୍ଷା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର।
ଏକ୍ମୋ ସପୋର୍ଟରେ ୧୦ରୁ ପ୍ରାୟ ୪ ଜଣ ବଞ୍ଚିଯାଇପାରନ୍ତି
ଭୁବନେଶ୍ୱର, ୧୭ା୬ (ବ୍ୟୁରୋ): କୋଭିଡ୍ ରୋଗୀଙ୍କ ପାଇଁ ଏବେ ଜୀବନ ରକ୍ଷକ ସାଜିଛି ଏକ୍ମୋ ମେଶିନ। କିନ୍ତୁ ରାଜ୍ୟରେ ଏହି ମେଶିନର ଅଭାବ ଥିବାରୁ ବହୁ...
ରକ୍ତ ସଂଗ୍ରହରେ କରୋନା ବାଧକ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ମହାମାରୀ ରାଜ୍ୟରେ ସଂକଟଜନକ ପରିସ୍ଥିତି ସୃଷ୍ଟି କରିଛି। ଲକ୍ଡାଉନ୍ ଓ ସପ୍ତାହାନ୍ତ ଶଟ୍ଡାଉନ୍ ଜାରି ରହିଥିବାବେଳେ ସ୍ବାସ୍ଥ୍ୟ, ଶିକ୍ଷା, ବ୍ୟବସାୟ ଆଦି ବିଭିନ୍ନ...
ଦାନ ମାଝିଙ୍କ ଝିଅ ମାଟ୍ରିକ ପାସ୍ କଲେ
ଭୁବନେଶ୍ୱର,୨୫।୬: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସେସ୍(କିସ୍)ରେ ପଢୁଥିବା ବହୁ...
ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ
ଭୁବନେଶ୍ୱର,୨୩ା୬(ବ୍ୟୁରୋ): ୨୦୨୨ ମାର୍ଚ୍ଚ ୧୦ରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ...
ସ୍କୁଲ୍ ଫି’ ଛାଡ଼ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ରାୟ ମାନିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୪ା୬(ବ୍ୟୁରୋ): କରୋନା କାଳରେ ଘରୋଇ ସ୍କୁଲର ଛାତ୍ରୀଛାତ୍ରଙ୍କ ଫି’ ଛାଡ଼କୁ ନେଇ ସୁପ୍ରିମ୍କୋର୍ଟଙ୍କ ରାୟକୁ ଆଧାର କରି ରାଜ୍ୟ ସରକାର ଗୁରୁବାର ଏକ ବିଜ୍ଞପ୍ତି ପ୍ରକାଶ...
ବଜାରରେ ବ୍ୟବସାୟୀଙ୍କ କୋଭିଡ୍ ପରୀକ୍ଷା
ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ କାର୍ଯ୍ୟସ୍ଥଳରେ ବ୍ୟବସାୟୀଙ୍କ କୋଭିଡ୍ ପରୀକ୍ଷଣ ଆରମ୍ଭ ହୋଇଛି। ଶୁକ୍ରବାର ନର୍ଥ ଜୋନ୍ ଅନ୍ତର୍ଗତ ନୀଳାଦ୍ରିବିହାର ତାରିଣୀ...
ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା
ପୁରୀ,୧୬।୬: ରଥଯାତ୍ରା ଭଳି ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ବୁଧବାର ଅନୁଷ୍ଠିତ ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି।...
ଅକ୍ସିଜେନ ସିଲିଣ୍ଡର ବୋଝେଇ ଟ୍ରକ୍ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ
ଜୟପୁର,୧୨ା୬: ପ୍ରଥମେ ପରିବା, କଣ୍ଟେନର, ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚୋରାଚାଲାଣ ହେଉଥିବା ବେଳେ ଏବେ ଆଉ ଏକ ଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ ହେଉଥିବା...


