ନୂଆଦିଲ୍ଲୀ,୨୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିଲ୍ଲୀ ସଫଦରଗଞ୍ଜ ଷ୍ଟେସନରୁ ଏକ ସ୍ବତନ୍ତ୍ର ଟ୍ରେନ୍ରେ କାନପୁରରେ ଥିବା ନିଜ ଜନ୍ମସ୍ଥାନକୁ ଗସ୍ତ କରିଛନ୍ତି। ଏହି ଯାତ୍ରାରେ ରାମନାଥ କୋବିନ୍ଦ ସସ୍ତ୍ରୀକ ସବିତା କୋବିନ୍ଦ ସାମିଲ ହୋଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ମହାରାଜା ଏକ୍ସପ୍ରେସ୍ ଟ୍ରେନ୍ ଜରିଆରେ ସେ କାନପୁର ସେଣ୍ଟ୍ରାଲ ଷ୍ଟେସନରେ ପହଞ୍ଚିବେ। ସେଠାରେ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କୁ ସ୍ବାଗତ କରିବେ। ଏହାପରେ ରାଷ୍ଟ୍ରପତି ଓ ରାଜ୍ୟପାଳ ସର୍କିଟ ହାଉସ୍ ଯିବେ ଏବଂ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଲକ୍ଷ୍ନୌ ଫେରିଯିବେ ବୋଲି ସୂଚନା ରହିଛି। ଦୀର୍ଘ ୧୫ ବର୍ଷ ପରେ ଦେଶର ରାଷ୍ଟ୍ରପତି ପ୍ରଥମ ଥର ପାଇଁ ଟ୍ରେନ୍ରେ ଯାତ୍ରା କରିଛନ୍ତି। ଅନ୍ୟପଟେ ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ କୋବିନ୍ଦ କାନପୁରକୁ ୩ ଦିନିଆ ଗସ୍ତ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.